୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪ ମାସ ପାଇଁ ୧ ଲକ୍ଷ ୪ ହଜାର କୋଟି ଟଙ୍କାର କାମଚଳା ବଜେଟ ରାଜ୍ୟ ସରକାର ଆଣିଛନ୍ତି। ଚଳିତ ବିଧାନସଭା ଅଧିବେଶନରେ ଏହାକୁ ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଗୃହରେ ଉପସ୍ଥାପନ ପୂର୍ବରୁ ଏହାକୁ ରାଜ୍ୟ ମନ୍ତ୍ରୀ ପରିଷଦ ଦ୍ୱାରା ଅନୁମୋଦନ କରାଯାଇଛି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବଜେଟ ଅନୁମୋଦନ ପାଇଁ ଉପସ୍ଥାପନ କରାଯାଇଥିଲା। ବଜେଟରେ ଭିତ୍ତିଭୂମି, ସ୍ବାସ୍ଥ୍ୟ, ଜଳସେଚନ, ଶିକ୍ଷା, ପାନୀୟ ଜଳଯୋଗାଣ ଏବଂ ପରିବେଶ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ୍‌ ୨୬ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଜଣାପଡ଼ିଛି। ବିଧାନସଭାର ବଜେଟ ଅଧିବେଶନ ଚାଲିଥିବାରୁ ଏ ନେଇ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ତେବେ ମିଳିଥିବା ସୂଚନା ଅନୁଯାୟୀ, ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ବୃତ୍ତି ବୃଦ୍ଧି କରାଯାଇଛି। ଏଥିସହିତ ସ୍ବାସ୍ଥ୍ୟ, କୃଷି, ଉଚ୍ଚଶିକ୍ଷା, ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ, ରାଜସ୍ବ, ବାଣିଜ୍ୟ ଓ ପରିବହନ, ଜଳସମ୍ପଦ ଆଦି ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri