୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪ ମାସ ପାଇଁ ୧ ଲକ୍ଷ ୪ ହଜାର କୋଟି ଟଙ୍କାର କାମଚଳା ବଜେଟ ରାଜ୍ୟ ସରକାର ଆଣିଛନ୍ତି। ଚଳିତ ବିଧାନସଭା ଅଧିବେଶନରେ ଏହାକୁ ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଗୃହରେ ଉପସ୍ଥାପନ ପୂର୍ବରୁ ଏହାକୁ ରାଜ୍ୟ ମନ୍ତ୍ରୀ ପରିଷଦ ଦ୍ୱାରା ଅନୁମୋଦନ କରାଯାଇଛି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବଜେଟ ଅନୁମୋଦନ ପାଇଁ ଉପସ୍ଥାପନ କରାଯାଇଥିଲା। ବଜେଟରେ ଭିତ୍ତିଭୂମି, ସ୍ବାସ୍ଥ୍ୟ, ଜଳସେଚନ, ଶିକ୍ଷା, ପାନୀୟ ଜଳଯୋଗାଣ ଏବଂ ପରିବେଶ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ୍‌ ୨୬ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଜଣାପଡ଼ିଛି। ବିଧାନସଭାର ବଜେଟ ଅଧିବେଶନ ଚାଲିଥିବାରୁ ଏ ନେଇ ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ତେବେ ମିଳିଥିବା ସୂଚନା ଅନୁଯାୟୀ, ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ବୃତ୍ତି ବୃଦ୍ଧି କରାଯାଇଛି। ଏଥିସହିତ ସ୍ବାସ୍ଥ୍ୟ, କୃଷି, ଉଚ୍ଚଶିକ୍ଷା, ପଞ୍ଚାୟତିରାଜ ଓ ପାନୀୟ ଜଳଯୋଗାଣ, ରାଜସ୍ବ, ବାଣିଜ୍ୟ ଓ ପରିବହନ, ଜଳସମ୍ପଦ ଆଦି ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ଅନୁମୋଦନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri