୧୬ରୁ ଆରମ୍ଭ ହେବ ବଜେଟ ପ୍ରକ୍ରିୟା

ନୂଆଦିଲ୍ଲୀ: ଆର୍ଥତ୍କ ବର୍ଷ ୨୦୨୧-୨୨ ଲାଗି ସାଧାରଣ ବଜେଟ ପ୍ରକ୍ରିୟାକୁ ଅର୍ଥ ମନ୍ତ୍ରଣାଳୟ ଚଳିତ ମାସ ୧୬ରୁ ଆରମ୍ଭ କରିବ। ଗୁରୁବାର ଏ ନେଇ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଏହା ତୃତୀୟ ବଜେଟ ହେବ। ଚଳିତ ଆର୍ଥତ୍କ ବର୍ଷ କରୋନା ଯୋଗୁ ଅର୍ଥ ବ୍ୟବସ୍ଥା ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏହା ଯୋଗୁ ଜିଡିପି ଅଭିବୃଦ୍ଧି କ୍ଷତିଗ୍ରସ୍ତ ହୋଇଥିବା ବେଳେ ରାଜସ୍ବ ସଂଗ୍ରହ ମଧ୍ୟ କମୁଛି। ଏଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବଜେଟରେ ସ୍ଥାନ ପାଇବ ବୋଲି କୁହାଯାଉଛି। ପ୍ରତିବର୍ଷ ସରକାର ଏଭଳି ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଡାକିଥାନ୍ତି। ଆସନ୍ତା ଆର୍ଥତ୍କ ବର୍ଷ ଲାଗି ବଜେଟର ରୂପରେଖ କିଭଳି ରହିବ ଏହି ବୈଠକରେ ବିଭିନ୍ନ ଆଲୋଚନା ପର୍ଯ୍ୟାଲୋଚନା କରାଯାଇଥାଏ। ବଜେଟ ଲାଗି ଧାର୍ଯ୍ୟ ପୂର୍ବାନୁମାନକୁ ବ୍ୟୟ ସଚିବ ଏବଂ ଆର୍ଥତ୍କ ପରାମର୍ଶଦାତାଙ୍କ ସହ ଆଲୋଚନା କରିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଥାଏ।
ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ୧୬ ଅକ୍ଟୋବରରୁ ଆରମ୍ଭ ହୋଇ ନଭେମ୍ବର ପ୍ରଥମ ସପ୍ତାହ ଯାଏ ଚାଲିବ। ଏହି ସମୟ ମଧ୍ୟରେ ମନ୍ତ୍ରଣାଳୟ ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରିବ ବୋଲି ଜଣାପଡ଼ିଛି। ୨୦୨୧-୨୨ର ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଆସିପାରେ। ଫେବୃୟାରୀ ଶେଷ ବେଳକୁ ବଜେଟ ଉପସ୍ଥାପନ କରିବା ପରମ୍ପରା ବିଗତ ଦିନରୁ ଚାଲି ଆସିଥିବା ବେଳେ ନରେନ୍ଦ୍ର ମୋଦିଙ୍କ ସରକାର ସମୟରେ ଏଥିରେ ପରିବର୍ତ୍ତନ କରାଯାଇଛି। ୨୦୧୭ରେ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଫେବୃୟାରୀ ପହିଲାରେ ବଜେଟ ଉପସ୍ଥାପନ କରିଥିଲେ। ଏହାଦ୍ୱାରା ଏପ୍ରିଲରେ ଆର୍ଥତ୍କ ବର୍ଷ ଆରମ୍ଭ ହେବା ସମୟରୁ ହିଁ ବିଭିନ୍ନ ମନ୍ତ୍ରଣାଳୟକୁ ଅର୍ଥ ରାଶି ଆବଣ୍ଟନ କରାଯାଇଥାଏ। ଏହା ସହ ଘରୋଇ ବଜାରର କମ୍ପାନୀଗୁଡ଼ିକୁ ସେମାନଙ୍କ ବିଜ୍‌ନେସ ଏବଂ ଟିକସ ପ୍ଲାନ୍‌ କରିବା ଲାଗି ସମୟ ମିଳିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri