ଭୂଇଁରୁ ଉଠିପାରୁନି କୋରେଇ ଭବନ

କୋରେଇ,୮।୨(ଚନ୍ଦ୍ରକାନ୍ତ ପତି)ଯାଜପୁର ଜିଲାର ଅନ୍ୟ ନିର୍ବାଚନମଣ୍ଡଳୀରେ ଭବନମାନ ନିର୍ମାଣ ହୋଇଥିବା ବେଳେ କୋରେଇ ଭବନ ନିର୍ମାଣ କାର୍ଯ୍ୟ ରାଜନୈତିକ ଓ ପ୍ରଶାସନିକ ଚାପରେ ଦିଗହରା ହୋଇଥିବା ଅଭିଯୋଗ ହୋଇଛି। ୨୦୦୯ରେ କୋରେଇ ଭବନ ନିର୍ମାଣ ପାଇଁ ପ୍ରସ୍ତାବ ଦିଆଯାଇଥିବା ବେଳେ ରାଜନୈତିକ ଟଣାଓଟରା ପାଇଁ ଦୀର୍ଘ ୧୩ ବର୍ଷ ହେବ ଏହି କାମର ଅଗ୍ରଗତି ହୋଇପାରୁନାହିଁ। ସେତେବେଳର ବିଧାୟକ ପ୍ରୀତିରଞ୍ଜନ ଘଡେଇଙ୍କ ଉଦ୍ୟମ କ୍ରମେ ସ୍ପେଶାଲ ପ୍ରୋବ୍ଲେମ ଫଣ୍ଡସ(ଏସ୍‌ପିଏଫ୍‌) ତଥା ବିଶେଷ ସମସ୍ୟା ପାଣ୍ଠିରୁ ୫ ଲକ୍ଷ ଟଙ୍କା ଅନୁମୋଦନ କରାଯାଇ ପ୍ରଥମେ କୋରେଇ ଭବନର ପରିକଳ୍ପନା ହୋଇଥିଲା । ନିର୍ମାଣ ପାଇଁ ଉଚିତ ଜମି ଚୟନରେ ସମସ୍ୟା ଯୋଗୁ ସମ୍ଭବତଃ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରି ନ ଥିଲା । ଏହାପରେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକଙ୍କ ଉଦ୍ୟମ କ୍ରମେ ଚତୁର୍ଦ୍ଦଶ ଅର୍ଥ କମିଶନରେ ସରକାରଙ୍କ ପକ୍ଷରୁ ୨୦୧୮-୧୯ରେ ୫୦ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର ହୋଇଥିଲା। ଏଥିସହିତ ପାଣିକୋଇଲି-କେନ୍ଦୁଝର ୨୦ନଂ. ଜାତୀୟ ରାଜପଥର ଧନେଶ୍ୱର ନିକଟ ପଥରପଦା ମୌଜାର ଖାତା ନଂ.୪୯୩, ଫ୍ଲଟ ନଂ.୩୦୦, ୨୯୫, ୨୯୬/୩୦୧୩,୨୨୮/୩୦୧୨ ଜମି ଚିହ୍ନଟ କରାଯାଇଥିଲା । ତତ୍କାଳୀନ କୋରେଇ ବିଡିଓ ସରକାରଙ୍କ ସମସ୍ତ ନିୟମ ଅନୁସାରେ କୋରେଇ ବ୍ଲକରେ ଟେଣ୍ଡର ଆହ୍ବାନ କରିଥିଲେ । ଏହି ଜମି ରାଜପଥଠାରୁ ବହୁ ତଳେ ଥିବାରୁ ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବାକୁ ଅତିରିକ୍ତ ୧୫ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା । ଏହି ଅର୍ଥକୁ ବିଧାୟକ ଓ ଏମ୍‌ପିଙ୍କ ହାତପାଣ୍ଠିରୁ ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା । ପରିତାପର ବିଷୟ ଭୂଇଁରୁ ମାତ୍ର କେଇଟା ପିଲର ଉଠିଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ସମସ୍ତେ ଭୁଲି ଯାଇଛନ୍ତି । କୋରେଇ ଭବନ କେତୋଟି ପିଲରରେ ସୀମିତ ଥିବା ବେଳେ ୪୪.୮୨ ଲକ୍ଷ ଟଙ୍କା ଠିକାଦାର ଓ କେତେଜଣ ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ଅଧାରୁ ଅଧିକ ମଞ୍ଜୁର ଅର୍ଥ ହରିଲୁଟ ହୋଇଥିବା ସନ୍ଦେହ କରାଯାଉଛି । ଏନେଇ ଅଧିକ ଅର୍ଥ ପାଇଁ ସରକାରଙ୍କୁ ଚିଠି ହୋଇଛି। ଅର୍ଥ ମଞ୍ଜୁର ହେଲେ ପୁନର୍ବାର କାର୍ଯ୍ୟ ଆରମ୍ଭ ହେବ ବୋଲି ପୂର୍ବତନ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର୍‌ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri