ବରଯାତ୍ରୀଙ୍କୁ ଧରି ଫେରୁଥିବାବେଳେ ବ୍ରେକ୍‌ ଫେଲ ହେଲା ବସ୍‌

ଗଜପତି,୩।୩: ବରଯାତ୍ରୀଙ୍କୁ ଧରି ଫେରୁଥିଲେ ବେଳେ ବ୍ରେକ ଫେଲ ହେଲା ବସ। ଭାରସାମ୍ୟ ହରାଇ ବସ ରାସ୍ତା ପାର୍ଶ୍ୱରେ ଥିବା ବିରାଟକାୟ ପଥରରେ ପିଟି ହୋଇଯାଇଛି। ଗଞ୍ଜାମ ତପ୍ତପାଣି ଘାଟିରେ ଏହି ବସ ଦୁର୍ଘଟଣା ଘଟିଛି। ଆହତ ହୋଇଥିବା ୭ ଜଣ ବରଯାତ୍ରୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।
ରବିବାର ସକାଳେ ଦିଗପହଣ୍ଡି ବ୍ଲକ ମେଘଦୋଳି ଗାଁରୁ ବରଯାତ୍ରୀଙ୍କୁ ଗଜପତି ଜିଲା ଚାନ୍ଦିପୁଟକୁ ଯାଉଥିଲା ଏକ ବସ। ବାହାଘର ପରେ ଭୋଜି ଖାଇ ଅପରାହ୍ନରେ ବରଯାତ୍ରୀଙ୍କୁ ଧରି ବସ ଫେରୁଥିଲା। ତେବେ ତପ୍ତପାଣି ଘାଟିର ଆଶ୍ରମ ସ୍କୁଲ ନିକଟରେ ବସ ବ୍ରେକ ଫେଲ ହୋଇଥିଲା। ବସ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ବିରାଟକାୟ ପଥରରେ ପିଟି ହୋଇଯାଇଥିଲା।

ଦୁର୍ଘଟଣା ସମ୍ପର୍କରେ ଖବର ପାଇ ସାନଖେମୁଣ୍ଡି ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ବସ ଭିତରୁ ଗୁରୁତର ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି। ପାଟପୁର ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri