ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କାମାକ୍ଷାନଗର, ୨୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ନିକଟରେ ବୁଧବାର ଏକ ଦୁର୍ଘଟଣାକୁ ନେଇ ଲଙ୍କାକାଣ୍ଡ ଘଟିଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜାଳିଦେଇଛନ୍ତି। ଏହି ଘଟଣାକୁ ନେଇ ଦିନତମାମ ଉତ୍ତେଜନା ଲାଗି ରହିଥିଲା। ପ୍ରଶାସନିକ ଅଧିକାରୀ ଏବଂ ପୋଲିସ କର୍ମଚାରୀ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିଥିଲେ।
ପୋଲିସ ସୂଚନା ଅନୁଯାୟୀ, ତୁମୁସିଙ୍ଗା ଥାନା ଶ୍ରୀମୂଳା ଗ୍ରାମର ମୁକୁନ୍ଦ ସାହୁ (୪୭) ତାଙ୍କ ସମ୍ପର୍କୀୟଙ୍କ ଘର ରେକୁଳାରୁ ବାଇକ୍‌ (ନଂ. ଓଆର୍‌ ୦୬ ଜି ୯୫୧୬)ରେ ଅପରାହ୍ନରେ ଘରକୁ ଫେରୁଥିଲେ। ଏହି ସମୟରେ ଢେଙ୍କାନାଳରୁ କାମାକ୍ଷାନଗର ଅଭିମୁଖେ ଯାଉଥିବା ଘରୋଇ ଯାତ୍ରୀବାହୀ ବସ୍‌ ଗଣେଶ (ନଂ. ଓଆର୍‌ ୦୬ କେ ୦୫୪୦) ଜଡ଼ାପାଳ ନିକଟରେ ତାଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ମୁକୁନ୍ଦଙ୍କ ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚତ୍ କ୍ଷତିପୂରଣ ଦାବିରେ ରାସ୍ତାରୋକୋ କରିଥିଲେ। ଧୀରେ ଧୀରେ ଉତ୍ତେଜନା ବଢ଼ିଥିଲା। ସନ୍ଧ୍ୟା ବେଳେ ଉତ୍ତ୍ୟକ୍ତ ଆନ୍ଦୋଳନକାରୀମାନେ ବସ୍‌ରେ ନିଅଁା ଲଗାଇଦେଇଥିଲେ। ଫଳରେ ଗାଡ଼ିଟି ସମ୍ପୂର୍ଣ୍ଣ ଜଳିଯାଇଛି। କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ଥାନାଧିକାରୀ ସୁନୀଲ କୁମାର କର, ବିଡିଓ ବିକାଶ କୁମାର ମହାନ୍ତି, ରାଜସ୍ବ ଅଧିକାରୀ ମଦନ ମୋହନ ଜେନା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାରକୁ ରେଡ୍‌କ୍ରସ୍‌ ପକ୍ଷରୁ ୧୦ ହଜାର ଟଙ୍କା ଦିଆଯିବ ବୋଲି ଘୋଷଣା କରାଯାଇଛି। ତେବେ ଅଧିକ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ମୁକୁନ୍ଦଙ୍କ ସମ୍ପର୍କୀୟ ଅଡ଼ି ବସିଥିଲେ। ଏହା ଉପଜିଲାପାଳଙ୍କ କ୍ଷମତା ବାହାରେ ଥିବାରୁ ସେ ଅସହାୟତା ପ୍ରକାଶ କରିଥିଲେ। ଏ ନେଇ ଜିଲାପାଳଙ୍କୁ ଅବଗତ କରାଇ ଅଧିକ ଅର୍ଥ ସହାୟତା ପ୍ରଦାନ କରିବାକୁ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ଅନ୍ୟପଟେ ଦୁର୍ଘଟଣା ଯୋଗୁ ଦୀର୍ଘ ସମୟ ଧରି ଉକ୍ତ ରାସ୍ତାରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri