ବସ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

କାମାକ୍ଷାନଗର, ୨୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ନିକଟରେ ବୁଧବାର ଏକ ଦୁର୍ଘଟଣାକୁ ନେଇ ଲଙ୍କାକାଣ୍ଡ ଘଟିଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବାବେଳେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜାଳିଦେଇଛନ୍ତି। ଏହି ଘଟଣାକୁ ନେଇ ଦିନତମାମ ଉତ୍ତେଜନା ଲାଗି ରହିଥିଲା। ପ୍ରଶାସନିକ ଅଧିକାରୀ ଏବଂ ପୋଲିସ କର୍ମଚାରୀ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିଥିଲେ।
ପୋଲିସ ସୂଚନା ଅନୁଯାୟୀ, ତୁମୁସିଙ୍ଗା ଥାନା ଶ୍ରୀମୂଳା ଗ୍ରାମର ମୁକୁନ୍ଦ ସାହୁ (୪୭) ତାଙ୍କ ସମ୍ପର୍କୀୟଙ୍କ ଘର ରେକୁଳାରୁ ବାଇକ୍‌ (ନଂ. ଓଆର୍‌ ୦୬ ଜି ୯୫୧୬)ରେ ଅପରାହ୍ନରେ ଘରକୁ ଫେରୁଥିଲେ। ଏହି ସମୟରେ ଢେଙ୍କାନାଳରୁ କାମାକ୍ଷାନଗର ଅଭିମୁଖେ ଯାଉଥିବା ଘରୋଇ ଯାତ୍ରୀବାହୀ ବସ୍‌ ଗଣେଶ (ନଂ. ଓଆର୍‌ ୦୬ କେ ୦୫୪୦) ଜଡ଼ାପାଳ ନିକଟରେ ତାଙ୍କୁ ସମ୍ମୁଖରୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ମୁକୁନ୍ଦଙ୍କ ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପହଞ୍ଚତ୍ କ୍ଷତିପୂରଣ ଦାବିରେ ରାସ୍ତାରୋକୋ କରିଥିଲେ। ଧୀରେ ଧୀରେ ଉତ୍ତେଜନା ବଢ଼ିଥିଲା। ସନ୍ଧ୍ୟା ବେଳେ ଉତ୍ତ୍ୟକ୍ତ ଆନ୍ଦୋଳନକାରୀମାନେ ବସ୍‌ରେ ନିଅଁା ଲଗାଇଦେଇଥିଲେ। ଫଳରେ ଗାଡ଼ିଟି ସମ୍ପୂର୍ଣ୍ଣ ଜଳିଯାଇଛି। କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ଥାନାଧିକାରୀ ସୁନୀଲ କୁମାର କର, ବିଡିଓ ବିକାଶ କୁମାର ମହାନ୍ତି, ରାଜସ୍ବ ଅଧିକାରୀ ମଦନ ମୋହନ ଜେନା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାରକୁ ରେଡ୍‌କ୍ରସ୍‌ ପକ୍ଷରୁ ୧୦ ହଜାର ଟଙ୍କା ଦିଆଯିବ ବୋଲି ଘୋଷଣା କରାଯାଇଛି। ତେବେ ଅଧିକ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ମୁକୁନ୍ଦଙ୍କ ସମ୍ପର୍କୀୟ ଅଡ଼ି ବସିଥିଲେ। ଏହା ଉପଜିଲାପାଳଙ୍କ କ୍ଷମତା ବାହାରେ ଥିବାରୁ ସେ ଅସହାୟତା ପ୍ରକାଶ କରିଥିଲେ। ଏ ନେଇ ଜିଲାପାଳଙ୍କୁ ଅବଗତ କରାଇ ଅଧିକ ଅର୍ଥ ସହାୟତା ପ୍ରଦାନ କରିବାକୁ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା। ଅନ୍ୟପଟେ ଦୁର୍ଘଟଣା ଯୋଗୁ ଦୀର୍ଘ ସମୟ ଧରି ଉକ୍ତ ରାସ୍ତାରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri