ରାସ୍ତା ମଝିରେ ଜଳିଗଲା ବସ୍‌: ୫୩ ଯାତ୍ରୀଙ୍କ ଜୀବନଗଲା, ବଢ଼ିପାରେ ମୃତ୍ୟୁସଂଖ୍ୟା

କାଇରୋ,୨୮।୧: ଏକ ଗ୍ୟାସ ବୋଝେଇ ଟ୍ରକ ସହ ଯାତ୍ରୀବାହୀ ବସ୍‌ର ଧକ୍କା ହେବାରୁ ରାସ୍ତା ମଝିରେ ନିଆଁ ଲାଗିଯାଇଛି। ଫଳରେ ୫୩ ଯାତ୍ରୀଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ୨୯ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଆଫ୍ରିକାର କେମ୍ରୁନର ପଶ୍ଚିମ ସହର ଡଚାଙ୍ଗରେ ଏହି ଦୁର୍ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ତେବେ ଆଗକୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଅନୁମାନ କରାଯାଉଛି।

ସୂଚନାନୁଯାୟୀ, ୭୦ ସିଟ୍‌ ବିଶିଷ୍ଟ ଏକ ଯାତ୍ରୀବାହୀ ବସ୍‌ ପଶ୍ଚିମ ସହର ଫୋମ୍ବାନରୁ ରାଜଧାନୀ ୟୋଣ୍ଡାକୁ ଆସୁଥିଲା। ଏହି ସମୟରେ ସାମ୍ନା ପଟରୁ ଆସୁଥିବା ଏକ ଗ୍ୟାସ ବୋଝେଇ ଟ୍ରକ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ବସ୍‌ଟି ଓଲଟି ପଡ଼ିଥିଲା। ଏହା ପରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀ ଚାପି ହୋଇଥିବା ବେଳେ ଆଉ କିଛି ନିଆଁ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି।

ରାସ୍ତା ଖରାପ ଏବଂ ଚାଳକଙ୍କ ବେପରୁଆ ମନୋଭାବ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri