ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ ସହିତ ହାଇୱା ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
ଘଟଣାରୁ ପ୍ରକାଶ, ଡଲଫିନ ବସ ରାୟପୁରରୁ କଟକ ଯାଉଥିବା ବେଳେ ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ରାଜପଥ ଉପରେ ଛିଡା ହୋଇଥିବା ଏକ ବାଲି ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇଥିଲା l ଫଳରେ ଡଲଫିନ ବସର ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ବସରେ ଥିବା ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀଙ୍କ ମଧ୍ୟରୁ ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି l ଖବର ପାଇ ଜରପଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଆହତ ମାନଙ୍କୁ ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଲୟକୁ ପଠାଇ ଘଟଣାର ତଦନ୍ତ ଜାରି ରଖିଛି l