ସ୍କୁଟିକୁ ପଛରୁ ଧକ୍କା ଦେଲା ବସ୍‌: ଚାଲିଗଲା ଆରୋହୀଙ୍କ ଜୀବନ

ପାଟଣା,୧୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରି ନିକଟରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀ ଜଣକ ହେଉଛନ୍ତି ଘଟଗାଁ ଥାନା ଡଳଙ୍ଗପାଣି ଗ୍ରାମର ଧରଣୀଧର ନାଏକ ।
ସୂଚନା ଅନୁଯାୟୀ ଡଲଫିନ୍‌ ନାମକ ଏକ ଘରୋଇ ବସ୍‌ କେନ୍ଦୁଝର ପଟରୁ କଲିକତା ଅଭିମୁଖେ ଯାଉଥିବା ବେଳେ ଅପର ପାର୍ଶ୍ୱରୁ ଆସୁଥିବା ସ୍କୁଟିକୁ ଧକ୍କାଦେବା ଫଳରେ ଘଟଣାସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri