ଟ୍ରକ୍‌କୁ ଧକ୍କା ଦେଲା ବସ୍‌: ବାପା-ଝିଅଙ୍କ ଜୀବନ ଚାଲିଗଲା,୨୦ରୁ ଊର୍ଦ୍ଧ୍ୱ ଆହତ

ମାଲକାନଗିରି,୧୮ା୧(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରିରୁ ବିଶାଖାପାଟଣାସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ରୋଗୀଙ୍କୁ ନେଇ ଯାଉଥିବା ଏକ ବସ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ଟି ରାସ୍ତାରେ ଖରାପ ହୋଇ ଛିଡ଼ାହୋଇଥିବା ଏକ ଟ୍ରକ୍‌କୁ ଧକ୍କାଦେବା ଫଳରେ ଘଟଣାସ୍ଥଳରେ ବାପଝିଅଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମାଲକାନଗିରି ଜିଲା ପଡ଼ିଆ ଥାନା ଏମ୍‌ଭି ୫୮ ଗ୍ରାମର ସୁବ୍ରତ ରାୟ ଏବଂ ତାଙ୍କ ସାନ ଝିଅ। ଏହା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତ ସୁବ୍ରତ ଏମ୍‌ଭି ୫୮ ଭାଜପା ଗ୍ରାମ ବୁଥ୍‌ ସଭାପତି ସହ ପଡ଼ିଆ ମଣ୍ଡଳ ଭାଜପା ଯୁବନେତା ଥିଲେ।

ସୂଚନାଯୋଗ୍ୟ, ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ ଜିଲା ଗଜପତିନଗର ଥାନା ମଧୁପଦାଠାରେ ବସ୍‌ଟି ଏକ ଟ୍ରକ୍‌ ସହ ଧକ୍କାହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ରେ ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୩୦ ରୋଗୀ ବିଶାଖାପାଟଣା ଚିକିତ୍ସା ହେବା ପାଇଁ ଯାଉଥିଲେ। କୁହୁଡ଼ି ଯୋଗୁ ବସ୍‌ ଚାଳକ ଛିଡ଼ାହୋଇଥିବା ଟ୍ରକ୍‌କୁ ଦେଖି ନ ପାରି ଧକ୍କାଦେଇଥିଲେ। ସ୍ଥାନୀୟ ଲୋକ ଏବଂ ପୋଲିସ ସହଯୋଗରେ ଆହତମାନଙ୍କୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri