Posted inରାଜ୍ୟ

ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍‌ : ୧୯ରୁ ଊର୍ଦ୍ଧ୍ୱ ଗୁରୁତର

ଭବାନୀପାଟଣା/କୋକସରା,୧୩।୧୨(ସ୍ବ.ପ୍ର./ଡି.ଏନ୍‌.ଏ.)-ଛତିଶଗଡ଼ ଦେଭୋଗରୁ ହାଇଦ୍ରାବାଦକୁ ଯାଉଥିବା ଗୁପ୍ତା ନାମକ ଘରୋଇ ବସ୍‌ (ନଂ.ସିଜି୧୭ଏଫ୍‌-୮୭୧୯) ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା ଆମପାଣି ଥାନା ବଡକେନ୍ଦୁଗୁଡାଠାରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ବସିଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୯ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଆମପାଣି ପୋଲିସ ଓ ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରିଥିଲେ। ୧୨ଜଣଙ୍କୁ ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଅନ୍ୟ ୭ଜଣଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା କେହି ମୃତ ହୋଇ ନ ଥିବା ଜଣାପଡିଛି। ଘଟଣାସ୍ଥଳରେ କୋକସରା ତହସିଲଦାର, ଧର୍ମଗଡ଼ ଉପଜିଲାପାଳ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି। ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲ୍‌ପର ଫେରାର ଅଛନ୍ତି। ଗୁପ୍ତା ନାମକ ଏହି ଘରୋଇ ବସ୍‌ ଛତିଶଗଡ ରାଜ୍ୟର ଦେଭୋଗରୁ ହାଇଦ୍ରାବାଦକୁ ଯାଉଥିବା ସମୟରେ ଆମପାଣି ଥାନା ବଡକେନ୍ଦୁଗୁଡାଠାରେ ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri