Posted inରାଜ୍ୟ

ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍‌ : ୧୯ରୁ ଊର୍ଦ୍ଧ୍ୱ ଗୁରୁତର

ଭବାନୀପାଟଣା/କୋକସରା,୧୩।୧୨(ସ୍ବ.ପ୍ର./ଡି.ଏନ୍‌.ଏ.)-ଛତିଶଗଡ଼ ଦେଭୋଗରୁ ହାଇଦ୍ରାବାଦକୁ ଯାଉଥିବା ଗୁପ୍ତା ନାମକ ଘରୋଇ ବସ୍‌ (ନଂ.ସିଜି୧୭ଏଫ୍‌-୮୭୧୯) ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା ଆମପାଣି ଥାନା ବଡକେନ୍ଦୁଗୁଡାଠାରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ବସିଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୯ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ଆମପାଣି ପୋଲିସ ଓ ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରିଥିଲେ। ୧୨ଜଣଙ୍କୁ ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଅନ୍ୟ ୭ଜଣଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା କେହି ମୃତ ହୋଇ ନ ଥିବା ଜଣାପଡିଛି। ଘଟଣାସ୍ଥଳରେ କୋକସରା ତହସିଲଦାର, ଧର୍ମଗଡ଼ ଉପଜିଲାପାଳ ପହଞ୍ଚତ୍ ତଦନ୍ତ ଜାରି ରଖିଛନ୍ତି। ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲ୍‌ପର ଫେରାର ଅଛନ୍ତି। ଗୁପ୍ତା ନାମକ ଏହି ଘରୋଇ ବସ୍‌ ଛତିଶଗଡ ରାଜ୍ୟର ଦେଭୋଗରୁ ହାଇଦ୍ରାବାଦକୁ ଯାଉଥିବା ସମୟରେ ଆମପାଣି ଥାନା ବଡକେନ୍ଦୁଗୁଡାଠାରେ ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?