ଛେଳିପଲଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡ଼ିଲା ବସ୍‌

କୋରୁକୋଣ୍ଡା,୨୩ା୭(ଡି.ଏନ୍‌.ଏ.): ଜୟପୁରରୁ ମାଲକାନଗିରି ଅଭିମୁଖେ ଯାତ୍ରା କରୁଥିବା ସରକାରୀ ଅଲ୍ଟ୍ରା ବସ୍‌ଟି କୁଡୁମୁଲୁଗୁମ୍ମା ନିକଟସ୍ଥ ସୁନାନଗର ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ ବସ୍‌ଟି ଦ୍ରୁତଗତିରେ ବାଲିମେଳା ଆଡ଼କୁ ଯାଉଥିବା ବେଳେ ସୁନାନଗର ଘାଟିଠାରେ ହଠାତ୍‌ ଛେଳିପଲ ରାସ୍ତା ଉପରକୁ ଚାଲି ଆସିଥିଲେ। କିନ୍ତୁ ଡ୍ରାଇଭର ଉକ୍ତ ଛେଳିମାନଙ୍କୁ ବଞ୍ଚାଇବାକୁ ଯାଇ ଜୋରରେ ବ୍ରେକ୍‌ ମାରିଥିଲେ। ଫଳରେ ଗାଡ଼ିଟିି ଭାରସାମ୍ୟ ହରାଇ ଗୋଟିଏ ପଟକୁ ଓଲଟି ପଡ଼ିଥିଲା। ଖବର ପାଇ କୁଡୁମୁଲୁଗୁମ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିରେ ଯାଉଥିବା ସମସ୍ତ ଯାତ୍ରୀଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିକଟସ୍ଥ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବାର ବ୍ୟବସ୍ଥା କରାଇଥିଲେ। ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପାଖାପାଖି ୧୦ ଜଣ ଯାତ୍ରୀ ଚିକିତ୍ସିତ ହୋଇଥିବା ବେଳେ କାହାରିକୁ ଗଭୀର ଆଘାତ ଲାଗି ନ ଥିବା କଥା ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ପାଇଁ ଗାଡ଼ି ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri