ଛେଳିପଲଙ୍କୁ ବଞ୍ଚାଇବାକୁ ଯାଇ ଓଲଟି ପଡ଼ିଲା ବସ୍‌

କୋରୁକୋଣ୍ଡା,୨୩ା୭(ଡି.ଏନ୍‌.ଏ.): ଜୟପୁରରୁ ମାଲକାନଗିରି ଅଭିମୁଖେ ଯାତ୍ରା କରୁଥିବା ସରକାରୀ ଅଲ୍ଟ୍ରା ବସ୍‌ଟି କୁଡୁମୁଲୁଗୁମ୍ମା ନିକଟସ୍ଥ ସୁନାନଗର ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ ବସ୍‌ଟି ଦ୍ରୁତଗତିରେ ବାଲିମେଳା ଆଡ଼କୁ ଯାଉଥିବା ବେଳେ ସୁନାନଗର ଘାଟିଠାରେ ହଠାତ୍‌ ଛେଳିପଲ ରାସ୍ତା ଉପରକୁ ଚାଲି ଆସିଥିଲେ। କିନ୍ତୁ ଡ୍ରାଇଭର ଉକ୍ତ ଛେଳିମାନଙ୍କୁ ବଞ୍ଚାଇବାକୁ ଯାଇ ଜୋରରେ ବ୍ରେକ୍‌ ମାରିଥିଲେ। ଫଳରେ ଗାଡ଼ିଟିି ଭାରସାମ୍ୟ ହରାଇ ଗୋଟିଏ ପଟକୁ ଓଲଟି ପଡ଼ିଥିଲା। ଖବର ପାଇ କୁଡୁମୁଲୁଗୁମ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିରେ ଯାଉଥିବା ସମସ୍ତ ଯାତ୍ରୀଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିକଟସ୍ଥ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବାର ବ୍ୟବସ୍ଥା କରାଇଥିଲେ। ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପାଖାପାଖି ୧୦ ଜଣ ଯାତ୍ରୀ ଚିକିତ୍ସିତ ହୋଇଥିବା ବେଳେ କାହାରିକୁ ଗଭୀର ଆଘାତ ଲାଗି ନ ଥିବା କଥା ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ପାଇଁ ଗାଡ଼ି ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?