ଛାତ୍ରୀଙ୍କ ଉପରେ ଚଢ଼ିଗଲା ବସ୍‌, ଚାଲିଗଲା ଜୀବନ

ଢେଙ୍କାନାଳ ଅଫିସ,୯ା୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥର ଉପର ବାଘଲୁଣ୍ଡା ଗ୍ରାମ ଛକଠାରେ ସୋମବାର ରୁଙ୍ଗ୍‌ଟା କମ୍ପାନୀ ଷ୍ଟାଫ୍‌ଙ୍କୁ ନେଇ ଯାଉଥିବା ଏକ ବସ୍‌ ଦୁର୍ଘଟଣାରେ ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ନାମ ଇପ୍ସିତା ବରାଳ। ବେଲପଡ଼ା ଗ୍ରାମର ଇପ୍ସିତା ସ୍ଥାନୀୟ ସତ୍ୟମ ଶିବମ୍‌ ସୁନ୍ଦରମ୍‌ କଲେଜର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀ। ସେ ଆଜି ସକାଳ ସାଢ଼େ ୮ଟାରେ କଲେଜ କ୍ରୀଡ଼ା ଉତ୍ସବରେ ଯୋଗ ଦେବାକୁ ନିଜର ଜଣେ ସମ୍ପର୍କୀୟଙ୍କ ସହ ଏକ ସ୍କୁଟିରେ କଲେଜ ଯାଉଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥ ଉପର ବାଘଲୁଣ୍ଡାଠାରେ ରୁଙ୍ଗ୍‌ଟା କମ୍ପାନୀର ଏକ ବସ୍‌ ସ୍କୁଟିକୁ ଧକ୍କା ଦେବାରୁ ଇପ୍ସିତା ତଳେ ପଡ଼ିଯାଇଥିଲେ। ବସ୍‌ଟି ତାଙ୍କ ଉପରେ ଚଢ଼ି ଯାଇଥିଲା। ଏଥିରେ ତାଙ୍କ ସମ୍ପର୍କୀୟ ମଧ୍ୟ ଆହତ ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ଇପ୍ସିତାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟପକ୍ଷରେ ଘଟଣାର ପ୍ରତିବାଦରେ କଲେଜ ଛାତ୍ରୀଛାତ୍ର ରାଜପଥ ଅବରୋଧ କରିଥିଲେ। ମୃତ ଛାତ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଥିଲେ। ଖବର ପାଇ ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ମୋଟଙ୍ଗା ଥାନାଧିକାରୀ ନିରଞ୍ଜନ ସେଠୀ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିବା ପରେ ରାଜପଥ ଅବରୋଧ ପ୍ରତ୍ୟାହୃତ ହୋଇଥିଲା। ଏହି ଘଟଣାକୁ ନେଇ କଲେଜରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ରାଜପଥ ଅବରୋଧ ଯୋଗୁ ଉଭୟ ପାଶର୍‌ବରେ ବହୁସଂଖ୍ୟାରେ ଯାନବାହନ ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri