ଛାତ୍ରୀଙ୍କ ଉପରେ ଚଢ଼ିଗଲା ବସ୍‌, ଚାଲିଗଲା ଜୀବନ

ଢେଙ୍କାନାଳ ଅଫିସ,୯ା୧: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥର ଉପର ବାଘଲୁଣ୍ଡା ଗ୍ରାମ ଛକଠାରେ ସୋମବାର ରୁଙ୍ଗ୍‌ଟା କମ୍ପାନୀ ଷ୍ଟାଫ୍‌ଙ୍କୁ ନେଇ ଯାଉଥିବା ଏକ ବସ୍‌ ଦୁର୍ଘଟଣାରେ ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ନାମ ଇପ୍ସିତା ବରାଳ। ବେଲପଡ଼ା ଗ୍ରାମର ଇପ୍ସିତା ସ୍ଥାନୀୟ ସତ୍ୟମ ଶିବମ୍‌ ସୁନ୍ଦରମ୍‌ କଲେଜର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀ। ସେ ଆଜି ସକାଳ ସାଢ଼େ ୮ଟାରେ କଲେଜ କ୍ରୀଡ଼ା ଉତ୍ସବରେ ଯୋଗ ଦେବାକୁ ନିଜର ଜଣେ ସମ୍ପର୍କୀୟଙ୍କ ସହ ଏକ ସ୍କୁଟିରେ କଲେଜ ଯାଉଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥ ଉପର ବାଘଲୁଣ୍ଡାଠାରେ ରୁଙ୍ଗ୍‌ଟା କମ୍ପାନୀର ଏକ ବସ୍‌ ସ୍କୁଟିକୁ ଧକ୍କା ଦେବାରୁ ଇପ୍ସିତା ତଳେ ପଡ଼ିଯାଇଥିଲେ। ବସ୍‌ଟି ତାଙ୍କ ଉପରେ ଚଢ଼ି ଯାଇଥିଲା। ଏଥିରେ ତାଙ୍କ ସମ୍ପର୍କୀୟ ମଧ୍ୟ ଆହତ ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ଇପ୍ସିତାଙ୍କୁ ମୃତ ଘୋଷଣା କରିଥିଲେ।

ଅନ୍ୟପକ୍ଷରେ ଘଟଣାର ପ୍ରତିବାଦରେ କଲେଜ ଛାତ୍ରୀଛାତ୍ର ରାଜପଥ ଅବରୋଧ କରିଥିଲେ। ମୃତ ଛାତ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଥିଲେ। ଖବର ପାଇ ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ମୋଟଙ୍ଗା ଥାନାଧିକାରୀ ନିରଞ୍ଜନ ସେଠୀ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିବା ପରେ ରାଜପଥ ଅବରୋଧ ପ୍ରତ୍ୟାହୃତ ହୋଇଥିଲା। ଏହି ଘଟଣାକୁ ନେଇ କଲେଜରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ରାଜପଥ ଅବରୋଧ ଯୋଗୁ ଉଭୟ ପାଶର୍‌ବରେ ବହୁସଂଖ୍ୟାରେ ଯାନବାହନ ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri