ବନ୍ଦ ହେଲା ବସ୍‌ ଚଳାଚଳ

ବୈଶିଙ୍ଗା,୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅଧୀନ ୧୮ନଂ. ଜାତୀୟ ରାଜପଥର ବିଶ୍ରାମପୁରଠାରୁ ବୈଶିଙ୍ଗା-ବଡ଼ସାହି ରାସ୍ତାର ଦାରିହା ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରଧାନମନ୍ତ୍ରୀ ସଡ଼କ ଶୋଚନୀୟ ହୋଇପଡ଼ିଛି। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪ କୋଟି ୪୨ ଲକ୍ଷ ୨୭ ହଜାର ୬୬୫ ଟଙ୍କା ବ୍ୟୟରେ ୨୦୧୮ରେ ଏହି ସଡ଼କ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲା। ମାତ୍ର ନିର୍ମାଣର ୨ବର୍ଷ ପରେ ଏହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଥିଲା। ରାସ୍ତା ମଝିରେ ଆଣ୍ଠୁଏ ଲେଖାଏ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ଦୈନନ୍ଦିନ ଦୁର୍ଘଟଣା ଘଟିବା ସହ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାସ୍ତାର ଦୂରବସ୍ଥା ପାଇଁ ପରମିଟ୍‌ ପାଇଥିବା ଯାତ୍ରୀବାହୀ ବସ୍‌ଗୁଡ଼ିକ ଏହି ରାସ୍ତାରେ ଚଳାଚଳ କରିବା ବନ୍ଦ କରି ସାରିଲେଣି। ଫଳରେ ଏହି ରାସ୍ତା ପାର୍ଶ୍ୱ ଗ୍ରାମ ବିଶ୍ରାମପୁର, ନଡ଼ପୁର, ନୂଆଗଁା, ଖୁଣ୍ଟା, ଶିଳପୁରିଆ ଆଦି ଗ୍ରାମର ଯାତ୍ରୀମାନେ ଅସୁବିଧା ଭୋଗୁଛନ୍ତି।
ରାସ୍ତାର ମରାମତି ପାଇଁ ଅଞ୍ଚଳବାସୀ ବେତନଟୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଉପଖଣ୍ଡ ଅଧିକାରୀ ଏବଂ ଜିଲାପାଳଙ୍କୁ ବାରମ୍ବାର ଗୁହାରି କରିଥିଲେ ମଧ୍ୟ ପ୍ରତିକାର ହେଉ ନ ଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ରାସ୍ତାଟିକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ ନୂତନ ଭାବେ ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri