ବସ୍‌ ଧର୍ମଘଟ ନେଇ ଆଜି ଘୋଷଣା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ୧୦ ଦଫା ଦାବି ନେଇ ଆସନ୍ତା ୧ରୁ ଘରୋଇ ବସ୍‌ ମାଲିକ ସଂଘ ଧର୍ମଘଟ ଡାକରା ଦେଇଛନ୍ତି। ତେବେ ସେହିଦିନ ରଥଯାତ୍ରା ଥିବାରୁ ଧର୍ମଘଟ ହେଲେ ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି। ତେଣୁ ଘରୋଇ ବସ୍‌ ମାଲିକ ସଂଘ ସହ ରବିବାର ରାଜ୍ୟ ପରିବହନ ବିଭାଗ ମନ୍ତ୍ରୀ ଟୁକୁନୀ ସାହୁ ଆଲୋଚନା କରିଛନ୍ତି। ଧର୍ମଘଟ ଡାକରା ସ୍ଥଗିତ ରଖିବାକୁ ମନ୍ତ୍ରୀ ବସ୍‌ ମାଲିକ ସଂଘକୁ ଅନୁରୋଧ କରିଥିଲେ। ମନ୍ତ୍ରୀଙ୍କ ଅନୁରୋଧ ପରେ ପ୍ରସ୍ତାବିତ ବସ୍‌ ଧର୍ମଘଟକୁ ବନ୍ଦ କରାଯାଇଥିବା ନିଷ୍ପତ୍ତି ନିଆଯାଇଥିବା ବେଳେ ସୋମବାର କାର୍ଯ୍ୟକାରିଣୀ ବୈଠକରେ ଏନେଇ ଘୋଷଣା କରାଯିବ ବୋଲି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।
ମିଳିଥିବା ସୂଚନାନୁସାରେ, ବସ୍‌ ଧର୍ମଘଟ ନେଇ ପରିବହନ ମନ୍ତ୍ରୀଙ୍କୁ ଭେଟି ୧୦ ଦଫା ଦାବି ସମ୍ପର୍କରେ ସଂଘ ଆଲୋଚନା କରିଛି। ଧର୍ମଘଟ ନ କରିବା ପାଇଁ ମନ୍ତ୍ରୀ ସେମାନଙ୍କୁ ଅନୁରୋଧ କରିଛନ୍ତି। ଆଗକୁ ରଥଯାତ୍ରା ଥିବାରୁ ବସ୍‌ ଧର୍ମଘଟ ହେଲେ ଯାତ୍ରୀ ହଇରାଣ ହେବେ। ତେଣୁ ବାହୁଡ଼ା ପର୍ଯ୍ୟନ୍ତ ସମୟ ମଗାଯାଇଛି। ତା’ପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏ ସଂକ୍ରାନ୍ତରେ ଆଲୋଚନା କରାଯିବ। ସୋମବାର ସନ୍ଧ୍ୟା ୫ଟାରେ ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ବୈଠକରେ ଧର୍ମଘଟ ନେଇ ନିଷ୍ପତ୍ତି ନିଆଯିବ।
ମନ୍ତ୍ରୀଙ୍କ ନିବାସରେ ଆୟୋଜିତ ବୈଠକରେ ପରିବହନ ବିଭାଗର ଅତିରିକ୍ତ କମିଶନର (ପ୍ରଶାସନ) ଶ୍ରୀନିବାସ ବେହେରା ଓ ଅତିରିକ୍ତ କମିଶନର (ଏନ୍‌ଫୋର୍ସମେଣ୍ଟ) ଲାଲମୋହନ ସେଠୀ ଉପସ୍ଥିତ ଥିଲେ। ସେହିପରି ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ସଭାପତି ଲୋକନାଥ ପାଣି, ମୁଖପାତ୍ର ଦେବାଶିଷ ନାୟକ, ଜୋନ୍‌ ସେକ୍ରେଟାରୀ କର୍ଣ୍ଣଟ କିଶୋର ଦାସ ଓ ସଂଘର ଅନ୍ୟ ସଦସ୍ୟମାନେ ରହିଥିଲେ। ଏହି ଅବସରରେ ବସ୍‌ର ପରମିଟ୍‌ ଗୁଡିକୁ ୩ୟ ପକ୍ଷଙ୍କୁ ହସ୍ତାନ୍ତର କରିବା ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା, ବସ୍‌ଗୁଡିକୁ ସ୍ଥାୟୀ ପରମିଟ୍‌ ନ ମିଳିବା, ମଙ୍ଗୁଳିଠାରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ -୫୫ର ନିର୍ମାଣ କାର୍ଯ୍ୟରେ ବିଳମ୍ବ, ଯାତ୍ରୀବାହୀ ବସ୍‌ଗୁଡିକ ଜାତୀୟ ରାଜପଥ ଉପରେ ଯାତ୍ରୀ ଓହ୍ଲାଇବା ଏବଂ ଚଢାଇବା ପାଇଁ ସରକାର କୌଣସି ସ୍ଥାନ ନ ଦେବା, କୋଭିଡ୍‌ ସମୟରେ ବସ୍‌ଗୁଡିକୁ ଲକ୍ଷେ ଟଙ୍କାର ଋଣ ଯୋଗାଇ ଦେବା ପାଇଁ ସରକାର ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ ନ କରିବା ଏବଂ ଯାତ୍ରୀବାହୀ ବସ୍‌ଗୁଡିକରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଲଗାଇବା ନିଷ୍ପତ୍ତି ପ୍ରତ୍ୟାହାର କରିବା ଭଳି ଦାବି ସମୂହକୁ ନେଇ ସରକାରଙ୍କୁ ଘରୋଇ ବସ୍‌ ମାଲିକ ସଂଘ ଚେତାବନୀ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ସିଜେପି ଆନ୍ଦୋଳନକୁ ମିଳିଲା ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ, CJI କହିଲେ…

ନୂଆଦିଲ୍ଲୀ,୧୦ା୧୦: ଦିଲ୍ଲୀରେ କକରୋଚ ଜନତା ପାର୍ଟି(ସିଜେପି)ର ପ୍ରଦର୍ଶନକୁ ମିଳିଛି ସୁପ୍ରିମକୋର୍ଟ ଓକିଲଙ୍କ ସମର୍ଥନ।ଫଳରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ ବିରୋଧରେ ଜାରି ଆନ୍ଦୋଳନ ଆହୁରି ତୀବ୍ର…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?