କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌ ଭୁବନେଶ୍ୱର ଯାଉଥିଲା। ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବାବେଳେ ଜଣେ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଅନ୍ୟ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାଯାଇଛି। ଆଗ ଟାୟାର ଫାଟି ଯିବାରୁ ଭାରସାମ୍ୟ ହରାଇ ରାସ୍ତାରୁ ବିପରୀତ ପାର୍ଶ୍ୱ ରାସ୍ତାକୁ ଯାଇ ଗଛରେ ଅଟକି ଯାଇଥିଲା ବସ୍‌। ଘଟଣାସ୍ଥଳରେ ବସ୍ତା ପୋଲିସ ଓ ଜାତୀୟ ରାଜପଥ ପେଟ୍ରୋଲିଂ ଭ୍ୟାନ୍‌ ପହଞ୍ଚି ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily