ପାର୍ବଣରେ ଗଡ଼ିବ ବସ୍‌ : ଆନ୍ଦୋଳନ ନିଷ୍ପତ୍ତିରୁ ଓହରିଲେ….

ଭୁବନେଶ୍ୱର,୭।୧୦: ଆଉ ହେବନି ବସ୍‌ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍‌ ମାଲିକ ସଂଘ। ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ ମାଲିକ ସଂଘ ନିଷ୍ପତ୍ତିରୁ ଓହରି ଯାଇଛନ୍ତି। ପରିବହନ ମନ୍ତ୍ରୀଙ୍କ ସହ ବୈଠକ ପରେ ଧର୍ମଘଟରୁ ଓହରିଲା ସଂଘ। ଲକ୍ଷ୍ମୀ ବସ ଚଳାଚଳକୁ ବିରୋଧ କରି ଧର୍ମଘଟ ଡାକରା ଦିଆଯାଇଥିଲା। ବସ୍‌ ଧର୍ମଘଟ ପ୍ରତିହତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ପରିବହନ ମନ୍ତ୍ରୀଙ୍କ ବାସଭବନରେ ବିସିଥିଲା। ମାନସ ମନ୍ଥନ ପରେ ଏହା ପ୍ରତ୍ୟହୃତ ହୋଇଛି।

ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଏହି ସମୟରେ ଛୁଟି ରହୁଥିବାରୁ ଲୋକେ ଅଧିକ ବସ୍‌ ଯାତ୍ରା କରିଥାନ୍ତି। ହେଲେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ସୋମବାର ସନ୍ଧ୍ୟାରୁ ୨୪ ଘଣ୍ଟିଆ ବସ୍‌ ବନ୍ଦ ଡାକରା ଦିଆଯାଇଥିଲା। ଲକ୍ଷ୍ମୀ ବସ୍‌ର ଟାୟାର-୨ ସେବା ଅର୍ଥାତ୍‌ ବ୍ଲକ୍‌ରୁ ଜିଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚଳାଚଳକୁ ପ୍ରତିବାଦ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୪ ଜିଲାର ଘରୋଇ ବସ୍‌ ମାଲିକ ସଂଘ ଏଭଳି ନିଷ୍ପତ୍ତି ନେଇଥିଲେ। ଏନେଇ ସରକାର ସୋମବାର ଆଲୋଚନା ପାଇଁ ଘରୋଇ ମାଲିକ ସଂଘ କର୍ମକର୍ତ୍ତାଙ୍କୁ ଡାକିଥିଲେ। ଆଲୋଚନା ବିଫଳ ହେଲେ ଯାତ୍ରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଚିନ୍ତା ଥିଲା।

ଲକ୍ଷ୍ମୀ ବସ୍‌ ଚଳାଚଳକୁ ନେଇ ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ବସ୍‌ ମାଲିକ ସଂଘ ପକ୍ଷରୁ ସୋମବାର ସା ୬ଟାରୁ ୨୪ ଘଣ୍ଟିଆ ବସ୍‌ ଚଳାଚଳ ବନ୍ଦ ରଖିବା ଲାଗି ଡାକରା ଦିଆଯାଇ ଥିବାବେଳେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ନେଇଥିଲେ। ଏ ସମ୍ପର୍କରେ ଆଲୋଚନା କରିବା ଲାଗି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ସକାଳୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ବସ୍‌ ମାଲିକ ସଂଘକୁ ଡକାଯାଇଥିଲା। ୧୪ ଜିଲାର ୨୫ ଘରୋଇ ବସ୍‌ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବେ ବୋଲି ଘୋଷଣା କରିଥିଲେ। ହେଲେ ମନ୍ତ୍ରୀଙ୍କ ତରଫରୁ ବୈଠକ ପରେ କଳାହାଣ୍ଡି ଘରୋଇ ବସ୍‌ ମାଲିକ ସଂଘ ସଭାପତି ପ୍ରବୋଧ କୁମାର ରଥ କହିଛନ୍ତି, ସୋମବାର ସକାଳ ୯ଟା ସମୟରେ ବ୍ରହ୍ମପୁରଠାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସହିତ ବୈଠକ ରହିଛି। ବୈଠକ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ତେଣୁ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଯାଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ଏକପ୍ରକାର ଜଣାପଡ଼ିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri