ହଜାର ହଜାର ମହିଳାଙ୍କୁ ପିନ୍ଧାଉଥିଲେ ଚୁଡି, ଏବେ ତାଙ୍କ ସ୍ତ୍ରୀ ହାତ ହେଲା ଖାଲି

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ଜନଜାତିବହୁଳ ଡିକିଲି ଗ୍ରାମରେ ସୋମବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଘର ଘର ବୁଲି ଚୁଡ଼ି ବିକ୍ରି କରୁଥିବା ସମୟରେ ଜଣେ ବ୍ୟବସାୟୀ ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ସେ ହେଲେ ଦିଗପହଣ୍ଡି ବ୍ଳକ ଗଡ଼ଗୋବିନ୍ଦପୁର ପଞ୍ଚାୟତ ଧାନ୍ୟରାଶି ଗ୍ରାମର ଅର୍ଜୁନ ସାହୁ(୫୫) । ଅର୍ଜୁନ ସବୁଦିନ ଭଳି ସୋମବାର ସକାଳୁ ଚୁଡ଼ି ବିକ୍ରି ନିମନ୍ତେ ବ୍ୟାଗ ଧରି ଡିକିଲି ଗ୍ରାମକୁ ଯାଇଥିଲେ । ସେଠାରେ ସେ କିଛି ଘରର ମହିଳାମାନଙ୍କୁ ମନ ପସନ୍ଦର ଚୁଡ଼ି ବିକ୍ରି ମଧ୍ୟ କରିଥିଲେ । ଏହାପରେ ସେ ନିଜ ବାଇକ ନିକଟକୁ ଚୁଡ଼ି ଥିବା ବ୍ୟାଗ ଧରି ଆସି ବ୍ୟାଗକୁ ରଖିବା ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରି ରାସ୍ତା ଉପରେ ଅଚେତ୍‌ ହୋଇ ପଡିଯାଇଥିଲେ । ଖବରପାଇ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାପରେ ପରିବାର ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଗ୍ରାମକୁ ନେଇଯାଇଥିଲେ। ଅପରାହ୍ନରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଥିବା ଜଣାପଡିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

ବ୍ରାଉନସୁଗାର କାରବାର ସୂଚନା ପାଇ ଅଚାନକ ଚଢାଉ କଲା ପୋଲିସ, ଜବତ ହେଲା…

ଜୟପୁର,୧୯।୧(ପବନ ପାଣିଗ୍ରାହୀ): ବ୍ରାଉନସୁଗାର କାରବାର ସମୟରେ ଟାଉନ ପୋଲିସ ଚଢାଉ କରିଛି । ଚଢାଉ ବେଳେ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରାଉନସୁଗାର ଜବତ କରିଛି।...

ମା’ ସହ ୨ ଝିଅଙ୍କୁ ହତ୍ୟା ଉଦ୍ୟମ କରି ମାରିଥିଲେ ଚମ୍ପଟ, ଧରାପଡିବା ପରେ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ରହୁଥିବା ସ୍ବର୍ଗତ ପାଣ...

ଏମ୍‌ପି ସପ୍ତଗିରି ଉଲାକାଙ୍କ ବଡ଼ ସୂଚନା: ଏହି ସବୁ ରୁଟ୍‌ରେ ବସିବ…

ରାୟଗଡା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ରେଳ ଡିଭିଜନ କାର୍ଯ୍ୟକ୍ଷମ ହୋଇଥିଲେ ହେଁ ଟ୍ରେନ ଯାତାୟାତ ସିଗନାଲ ବ୍ୟବସ୍ଥା ସମେତ ଅନ୍ୟାନ୍ୟ ଟେକ୍ନିକାଲ ବ୍ୟବସ୍ଥାର କଣ୍ଟ୍ରୋଲ ବର୍ତ୍ତମାନ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

ନବମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରି ଲହୁଲୁହାଣ କଲେ ପ୍ରଧାନଶିକ୍ଷକ: ଅତିରିକ୍ତ ଜିଲାପାଳଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲେ…

ଛତ୍ରପୁର, ୧୯।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହୁମ୍ମା ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ...

“ମୁଁ ସ୍ତ୍ରୀକୁ ମାରିଛି, କିନ୍ତୁ ଏହା ହତ୍ୟା ନୁହେଁ”: କୋର୍ଟରେ ଅଜବ ଯୁକ୍ତି କଲେ ବ୍ୟକ୍ତି

ନୂଆଦିଲ୍ଲୀ,୧୯।୧: ଜଣେ ଭାରତୀୟ ବଂଶୋଦ୍ଭବ ବ୍ୟକ୍ତି ଅଷ୍ଟ୍ରେଲିଆର ଏକ କୋର୍ଟରେ ନିଜ ସ୍ତ୍ରୀଙ୍କୁ ମାରିଥିବା କଥା ସ୍ୱୀକାର କରିଛନ୍ତି। ତେବେ ଏହା ଏକ ‘ହତ୍ୟା’ ନୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri