ହଜାର ହଜାର ମହିଳାଙ୍କୁ ପିନ୍ଧାଉଥିଲେ ଚୁଡି, ଏବେ ତାଙ୍କ ସ୍ତ୍ରୀ ହାତ ହେଲା ଖାଲି

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ଜନଜାତିବହୁଳ ଡିକିଲି ଗ୍ରାମରେ ସୋମବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଘର ଘର ବୁଲି ଚୁଡ଼ି ବିକ୍ରି କରୁଥିବା ସମୟରେ ଜଣେ ବ୍ୟବସାୟୀ ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣାପଡିଛି । ସେ ହେଲେ ଦିଗପହଣ୍ଡି ବ୍ଳକ ଗଡ଼ଗୋବିନ୍ଦପୁର ପଞ୍ଚାୟତ ଧାନ୍ୟରାଶି ଗ୍ରାମର ଅର୍ଜୁନ ସାହୁ(୫୫) । ଅର୍ଜୁନ ସବୁଦିନ ଭଳି ସୋମବାର ସକାଳୁ ଚୁଡ଼ି ବିକ୍ରି ନିମନ୍ତେ ବ୍ୟାଗ ଧରି ଡିକିଲି ଗ୍ରାମକୁ ଯାଇଥିଲେ । ସେଠାରେ ସେ କିଛି ଘରର ମହିଳାମାନଙ୍କୁ ମନ ପସନ୍ଦର ଚୁଡ଼ି ବିକ୍ରି ମଧ୍ୟ କରିଥିଲେ । ଏହାପରେ ସେ ନିଜ ବାଇକ ନିକଟକୁ ଚୁଡ଼ି ଥିବା ବ୍ୟାଗ ଧରି ଆସି ବ୍ୟାଗକୁ ରଖିବା ସମୟରେ ଛାତିରେ ଯନ୍ତ୍ରଣା ଅନୁଭବ କରି ରାସ୍ତା ଉପରେ ଅଚେତ୍‌ ହୋଇ ପଡିଯାଇଥିଲେ । ଖବରପାଇ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏହାପରେ ପରିବାର ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଗ୍ରାମକୁ ନେଇଯାଇଥିଲେ। ଅପରାହ୍ନରେ ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଥିବା ଜଣାପଡିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri