ବ୍ୟବସାୟୀଙ୍କୁ ଭୁଜାଲି ମାଡ କରି ଲୁଟ୍‌ : ବନ୍ଧୁକ ଦେଖାଇ ଭୟଭୀତ କଲେ ଅଫୁଟା ଗୁଳି, ମୋବାଇଲ୍‌ ଜବତ

ସୋନପୁର,୧୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଧର୍ମଶାଳା-ଯାଲୋଏ ରାସ୍ତାରେ ଭୁଜାଲିରେ ହାଣି ଯୁବ ବ୍ୟବସାୟୀ ନୀଳାମ୍ବର ମହାପାତ୍ର(୩୩)ଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ମଙ୍ଗଳବାର ରାତି ୭ଟା୩୦ରେ ଏହି ଘଟଣା ଘଟିଛି। ବୀରମହାରାଜପୁର ଥାନା ଲେହେଡିର ନୀଳାମ୍ବର ମହାପାତ୍ର ଧର୍ମଶାଳା ଛକରେ ଖୋଲିଥିବା ଜନସେବା କେନ୍ଦ୍ର ବନ୍ଦ କରି ଟଙ୍କା ଓ ଲାପ୍‌ଟପ ଧରି ବାଇକ୍‌ରେ ନିଜ ଘରକୁ ଫେରୁଥିଲେ। ଅଳ୍ପ ଦୂର ଯିବା ପରେ ୩ ଜଣ ଦୁର୍ବୁତ୍ତ ତାଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ଭୁଜାଲିରେ ତାଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ସ୍ଥାନକୁ ଆକ୍ରମଣ କରି ଲାପ୍‌ଟପ୍‌, ମୋବାଇଲ୍‌ ଓ ଟଙ୍କା ଲୁଟି ନେଇଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜୀବନ ବିକଳରେ ନୀଳାମ୍ବର ଧର୍ମଶାଳା ଛକକୁ ଆସି ଘଟଣା ବିଷୟରେ ଲୋକଙ୍କୁ ଜଣାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଲୁଟେରାମାନେ ଫେରାର ହୋଇଯାଇଛନ୍ତି। ହିକୁଡି ଫାଣ୍ଡି ପୋଲିସ, ବୀରମହାରାଜପୁର ଆଦର୍ଶ ଥାନା ପୋଲିସ ଓ ସୋନପୁର ଥାନା ପୋଲିସ ଲୁଟେରାଙ୍କୁ ଧରିବା ପାଇଁ ରାସ୍ତାଗୁଡିକୁ ସିଲ୍‌ କରିବା ସହ ତନାଘନା ଜାରି ରଖିଛନ୍ତି। ତେବେ ଘଟଣାସ୍ଥଳରୁ ପୋଲିସକୁ ଏକ ଅଫୁଟା ଗୁଳି ମିଳିଥିବା ବେଳେ କିଛିଦୂରରୁ ନୀଳାମ୍ବରଙ୍କ ମୋବାଇଲ ମିଳିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri