ବ୍ୟବସାୟୀଙ୍କୁ ବଳପୂର୍ବକ ଉଠାଇଦେଲେ

ଅନୁଗୋଳ ଅଫିସ,୧୮ା୫: ଅନୁଗୋଳ ସହରର ସୌନ୍ଦର୍ଯ୍ୟକରଣ କରାଯାଇଛି। ରାସ୍ତା ପାଶର୍‌ବରେ ଆଲୋକୀକରଣ ହୋଇଛି। କିନ୍ତୁ ଏହି ସୌନ୍ଦର୍ଯ୍ୟକୁ ଉଠା ବ୍ୟବସାୟୀମାନେ ନଷ୍ଟ କରୁଛନ୍ତି। ଛତୁ, ଫଳ ଓ ଅନ୍ୟ ବ୍ୟବସାୟୀ ସେଠାରେ ଯାବତୀୟ ସାମଗ୍ରୀ ଗଦା କରି ଲାଇଟ୍‌ ଭାଙ୍ଗୁଛନ୍ତି। ସେହିଭଳି ଜାତୀୟ ରାଜପଥ ପାଶର୍‌ବରେ ପସରା ମେଲାଉଥିବାରୁ ଦୁର୍ଘଟଣା ଆଶଙ୍କା ମଧ୍ୟ ରହିଛି। ତେଣୁ ବୁଧବାର ପୂର୍ବାହ୍ନରେ ପୌର କର୍ତ୍ତୃପକ୍ଷ ସମ୍ପୃକ୍ତ ବ୍ୟବସାୟୀମାନଙ୍କଠାରୁ ଜରିମାନା ଆଦାୟ କରିବା ସହ ବଳପୂର୍ବକ ଉଠାଇ ଦେଇଥିବା ଦେଖିବାକୁ ମିଳିଛି। ଏଥିସହ ଉକ୍ତ ସ୍ଥାନରେ ଆଉ ପସରା ନ ମେଲାଇବାକୁ ଚେତାବନୀ ଦେଇଛନ୍ତି। ଘଟଣା ସମ୍ପର୍କରେ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ କହିଛନ୍ତି, ସହରର ସୌନ୍ଦର୍ଯ୍ୟକରଣ ନଷ୍ଟ ସହ ଦୁର୍ଘଟଣା ଆଶଙ୍କା ଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri