ଖବର ପ୍ରକାଶ ପରେ ଚେତିଲେ ବ୍ୟବସାୟୀ, ବର୍ଜ୍ୟବସ୍ତୁରେ ନିଆଁ ଲଗାଇ ପଡ଼ିଆ କଲେ ସଫା

ଦାରିଙ୍ଗବାଡ଼ି,୨୫ା୧୦(ଅରୁଣ ସାହୁ): ହେଲିପ୍ୟାଡ୍‌ ପଡ଼ିଆଠାରେ ଚଳିତ ବର୍ଷ ଦୀପାବଳି ପାଇଁ ବାଣ ଦୋକାନ ଖୋଲାଯାଇଥିଲା। ଏଥିରେ ଲାଇସେନ୍ସପ୍ରାପ୍ତ ୫ ଜଣ ବ୍ୟବସାୟୀ ସ୍ବତନ୍ତ୍ର ଭାବେ ଦୋକାନ ଖୋକିଥିଲେ। ତେବେ ଦୀପାବଳି ସରିବା ପରେ ବାଣ ଦୋକାନଗୁଡ଼ିକ ବନ୍ଦ ହୋଇଯାଇଥିଲା। ସେଠାରେ ଅସ୍ଥାୟୀ ଦୋକାନକୁ ଉଠାଇଦେଇଥିଲେ। କିନ୍ତୁ ବାରୁଦ ଲାଗିଥିବା ବର୍ଜ୍ୟବସ୍ତୁଗୁଡ଼ିକ ସେଠାରେ ହିଁ ଛାଡ଼ିଦେଇଥିଲେ। ଫଳରେ ବୁଲା ଗୋରୁ ଉକ୍ତ ବର୍ଜ୍ୟବସ୍ତୁ ଖାଉଥିବା ଓ ସେମାନେ ଅସୁସ୍ଥ ହେବା ଆଶଙ୍କା ରହିଥିଲା। ଏନେଇ ଧରିତ୍ରୀ ପୋର୍ଟାଲରେ ‘ବାଣ ବ୍ୟବସାୟ ପରେ ହିତାହିତ ଜ୍ଞାନ ଭୁଲିଗଲେ’ ଶୀର୍ଷକ ଖବର ପ୍ରକାଶିତ ହୋଇଥିଲା। । ଏହାକୁ ସ୍ଥାନୀୟ ଡିଏସ୍‌ପି ତଥା ଦାରିଙ୍ଗବାଡ଼ି ଥାନା ଅଧିକାରୀ କନକ ମାଝୀ ଘଟଣାକୁ ଗୁରୁତ୍ୱ ଦେବା ସହ ଉକ୍ତ ବର୍ଜ୍ୟବସ୍ତୁ ସଫା କରି ନିଆଁ ଲଗାଇ ସଫା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏଥିରେ ବ୍ୟବସାୟୀମାନେ ତୁରନ୍ତ ତାକୁ ସଫା କରି ନିଆଁ ଲଗାଇ ସମ୍ପୂର୍ଣ୍ଣ ପଡ଼ଆକୁ ସଫା କରିଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri