ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌ ଅଞ୍ଚଳରୁ ବାହାରି ବୁଢାପାଳ ଦେଇ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ନିୟନ୍ତ୍ରଣ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହି ଦୁର୍ଘଟଣାରେ ବସ୍‌ର ଡ୍ରାଇଭର ଏବଂ ଜଣେ ମହିଳା ଯାତ୍ରୀ ଗୁରୁତର ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ଅଳ୍ପକେ ରକ୍ଷା ପାଇଯାଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ସୁରଙ୍ଗିପାଳ ନିକଟରେ ପହଞ୍ଚିବା ପରେ ବସ୍‌ର ଷ୍ଟିଅରିଂ ହଠାତ୍‌ ଢିଲା ହୋଇଯାଇଥିଲା। ଫଳରେ ଡ୍ରାଇଭର ବସ୍‌ ଉପରୁ ନିୟନ୍ତ୍ରଣ ହରାଇଥିଲେ। ତେବେ ବିପଦପୂର୍ଣ୍ଣ ପରିସ୍ଥିତିରେ ମଧ୍ୟ ଡ୍ରାଇଭର ନିଜର ଉପସ୍ଥିତ ବୁଦ୍ଧି ଓ ଅଭିଜ୍ଞତାକୁ କାମରେ ଲଗାଇ ବସ୍‌କୁ ନିୟନ୍ତ୍ରଣ କରିବାରେ ସମର୍ଥ ହୋଇଥିଲେ। ଫଳସ୍ବରୂପ ଏକ ବଡ଼ ଧରଣର ଅଘଟଣ ଟଳିଯାଇଥିବା ବେଳେ ବସ୍‌ରେ ଥିବା ଅନେକ ଯାତ୍ରୀଙ୍କ ଜୀବନ ରକ୍ଷା ପାଇଯାଇଥିବା କୁହାଯାଉଛି। ଦୁର୍ଘଟଣାରେ ବସ୍‌ ଡ୍ରାଇଭରଙ୍କ ଡାହାଣ ଗୋଡ଼ରେ ଗୁରୁତର ଆଘାତ ଲାଗିଥିବା ବେଳେ ଜଣେ ମହିଳା ଯାତ୍ରୀ ମଧ୍ୟ ଗୁରୁତର ହୋଇଛନ୍ତି।

ଘଟଣା ପରେ ସ୍ଥାନୀୟ ଲୋକମାନେ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇ ଆହତମାନଙ୍କୁ ସହାୟତା କରିଥିଲେ। ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ଉଭୟ ଆହତଙ୍କୁ ଛତାବର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବସ୍‌ ଡ୍ରାଇଭରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ଥିବାରୁ ଡାକ୍ତରମାନେ ତାଙ୍କୁ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି।

ଅନ୍ୟପକ୍ଷରେ ଆହତ ମହିଳା ଯାତ୍ରୀଙ୍କ ଚିକିତ୍ସା ଛତାବର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚାଲିଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଥିବା ବେଳେ ଯାତାୟାତ ମଧ୍ୟ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ସ୍ଥାନୀୟ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ଅନୁଧ୍ୟାନ କରିବା ସହ ଯାତାୟାତକୁ ସ୍ବାଭାବିକ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri