୩୨ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ହୋଇଛି। ଏହି ବୈଠକ ୩୨ ମିନିଟ୍‌ରେ ଶେଷ ହୋଇଥିବା ବେଳେ ଏଥିରେ ମୋଟ୍‌ ୩୨ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ରାଜ୍ୟ ସରକାର।

ଏହି ବୈଠକରେ ସରକାର ଇଡ୍‌କୋକୁ ୬୨କୋଟି ୬୩ଲକ୍ଷ ଟଙ୍କା ଯୋଗାଇବେ ବୋଲି ଘୋଷଣା କରିଛନ୍ତି। ବାରଙ୍ଗ ଅଞ୍ଚଳରେ ଟାଟା ପାଇଁ ଅଧିକୃତ ଜମି ଇଡ୍‌କୋକୁ ଯିବ। ୨୪ ଘରୋଇ ଉଚ୍ଚ ପ୍ରାଥମିକ ସ୍କୁଲକୁ ସରକାରୀ ଅନୁଦାନ ମିଳିବ। ଏହା ଦ୍ୱାରା  ୪୭ ଜଣ ଶିକ୍ଷକ ଉପକୃତ ହେବେ , ବର୍ଷକୁ ୬୮ଲକ୍ଷ ଖର୍ଚ୍ଚ ହେବ। ଜଳ ସମ୍ପଦ ବିଭାଗର ବିଭିନ୍ନ ପ୍ରସ୍ତାବ ନେଇ କ୍ୟାବିନେଟର ମୋହର ବାଜିଛି। ରାଜ୍ୟରେ ୧ଲକ୍ଷ ନୂଆ ବୋରଓ୍ବେଲ ଖନନ କରାଯିବ। ଆସନ୍ତା ୫ବର୍ଷ ମଧ୍ୟରେ ୧ଲକ୍ଷ କ୍ଲଷ୍ଟର ବୋରଓ୍ବେଲ ଯୋଜନା ରହିଛି। ୪ହଜାର ୧୯୮କୋଟି ଖର୍ଚ୍ଚ ହେବ, ୫ଲକ୍ଷ ହେକ୍ଟର ଜମି ଜଳସେଚିତ ହେବ। ଏହା ଦ୍ୱାରା ୧ଲକ୍ଷରୁ ଅଧିକ କୃଷକ ପରିବାର ଉପକୃତ ହେବେ। ଅନୁଗୋଳ ମେଗା ଆଲୁମିନିୟମ ପାର୍କ ପାଇଁ ଇଡ୍‌କୋକୁ ୪୨୮କୋଟି। ୮୭୧ଏକର ଜମିର ବିକାଶ ପାଇଁ ୬୨ କୋଟି ଖର୍ଚ୍ଚ କରାଯିବ। ଆସନ୍ତା ୩ବର୍ଷରେ ୧୨୮୦ ଚେକ୍‌ ଡ୍ୟାମ ନିର୍ମାଣ ହେବ। ଡ୍ୟାମ, ଖର୍ଚ୍ଚ ହେବ ୧୧୧କୋଟି ଟଙ୍କା ଜଳ ସେଚନ ସହ ଭୂତଳ ଜଳସ୍ତର ବୃଦ୍ଧି ପାଇଁ ଯୋଜନା। ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପରେ ସାମିଲ ହେଲା ୧୨ନୂଆ ଗାଁ । ୧୨ଗାଁର ୫,୫୫୦ହେକ୍ଟର ଜମି ଜଳସେଚିତ, ଖର୍ଚ୍ଚ ୧୮୫କୋଟି । ଡ୍ରିମ୍ସ ବିଶ୍ୱବିଦ୍ୟାଳୟ ପ୍ରସ୍ତାବ ଅନୁମୋଦିତ ହୋଇଛି। ୭୦ ଲକ୍ଷ ଏସ୍‌ଏଚ୍‌ଜି ମହିଳା ସଦସ୍ୟାଙ୍କ ପାଇଁ ବଜାର ସୃଷ୍ଟି ହେବ।

ଅନ୍ୟପକ୍ଷରେ କେବଳ କ୍ୟାବିନେଟ୍‌ ବୈଠକରେ ୨୯ଟି ପ୍ରସ୍ତାବ ଆସିବ ବୋଲି ଆଜି ମଧ୍ୟାହ୍ନରେ ମନ୍ତ୍ରୀମାନଙ୍କ କାର୍ଯ୍ୟାଳୟକୁ ଲିଖିତ ଭାବେ ସୂଚିତ କରାଯାଇଥିଲା। କିନ୍ତୁ ବୈଠକରେ ଏହି ପ୍ରସ୍ତାବ ସଂଖ୍ୟା ବଢ଼ି ୩୨ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଜଣାପଡ଼ିଛି। ଏହାକୁ ନେଇ ରାଜନୈତିକ ମହଲରେ ନାନା ଚର୍ଚ୍ଚା ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri