Posted inଜାତୀୟ

ମନ୍ତ୍ରିମଣ୍ଡଳ ବୈଠକ ଫଳପ୍ରଦ ହୋଇଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୪।୭ (ପି.ଟି.): ପ୍ରଗତି ମଇଦାନ ସମ୍ମିଳନୀ କେନ୍ଦ୍ରରେ ସୋମବାର ଅନୁଷ୍ଠିତ ମନ୍ତ୍ରିମଣ୍ଡଳ ବୈଠକ ଅତ୍ୟନ୍ତ ଫଳପ୍ରଦ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ବୈଠକରେ ଅଧ୍ୟକ୍ଷତା କରିବା ବେଳେ ବିଭିନ୍ନ ନୀତି ସଂକ୍ରାନ୍ତରେ ଢେର ଆଲୋଚନା ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। କ୍ୟାବିନେଟ ଅଦଳବଦଳ ନେଇ ଗତ କିଛି ଦିନ ହେବ ଭାଜପାର ବରିଷ୍ଠ ନେତାଙ୍କ ମଧ୍ୟରେ ଏକାଧିକ ବୈଠକ ଅନୁଷ୍ଠିତ ହେବା ପରିପ୍ରେକ୍ଷୀରେ ଏବର ବୈଠକ ଗୁରୁତ୍ୱ ବହନ କରିଛି।
କେତେକ ମନ୍ତ୍ରୀ ସେମାନଙ୍କ କାର୍ଯ୍ୟ ନେଇ ତଥ୍ୟ ଉପସ୍ଥାପନ କରିବା ସହ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଚଳିତବର୍ଷ ଶେଷ ଆଡ଼କୁ ୫ ରାଜ୍ୟ ବିଧାନସଭା ଓ ଆସନ୍ତାବର୍ଷ ଲୋକ ସଭା ନିର୍ବାଚନ ହେବାକୁ ଥିବାରୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ବାର୍ତ୍ତା ଦେଇଥାଇପାରନ୍ତି ବୋଲି କୁହାଯାଉଛି। ଆସନ୍ତା ୨୦ ତାରିଖରେ ସଂସଦର ମୌସୁମୀ ଅଧିବେଶନ ବସିବାକୁ ଥିବାରୁ ସରକାର କାର୍ଯ୍ୟସୂଚୀ ପ୍ରସ୍ତୁତ କରୁଛନ୍ତି। ସରକାରଙ୍କୁ ଅଡ଼ୁଆରେ ପକାଇବା ଲାଗି ବିରୋଧୀ ଏକକ ଦଓ୍ବୋନି ସଂହିତା (ୟୁସିସି) ପ୍ରସଙ୍ଗ ଉଠାଇପାରନ୍ତି ବୋଲି ଅନୁମାନ କରାଯାଉଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ୟୁସିସି ସପକ୍ଷରେ ନିକଟରେ ଦୃଢ଼ ମତ ଦେଇଥିବାରୁ ଏହି ପ୍ରସଙ୍ଗ ଏବେ ଦେଶବ୍ୟାପୀ ପ୍ରମୁଖ ଚର୍ଚ୍ଚାର ବିଷୟ ରହିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?