ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆସିଥିଲା କଲ୍‌, ଘଟଣାସ୍ଥଳରେ ପହଞ୍ଚି ଯାହା ଦେଖିଲେ ପାଦତଳୁ ଖସିଗଲା ମାଟି

ମାଲେସିଆରୁ ଏକ ଭାବପ୍ରବଣ ଖବର ଆସିଛି। ସଡ଼କ ଦୁର୍ଘଟଣା ପରେ ତୁରନ୍ତ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଘଟଣାସ୍ଥଳରେ ପହଞ୍ଚିବାକୁ କୁହାଯାଇଥିଲା। କିନ୍ତୁ ଡ୍ରାଇଭର ଜଣକ ସେଠାରେ ପହଞ୍ଚିବା ପରେ ଯାହା ଦେଖିଲେ ତାଙ୍କ ପାଦତଳୁ ମାଟି ଖସିଗଲା। ପ୍ରକୃତରେ ଏହି ଦୁର୍ଘଟଣାରେ ତାଙ୍କ ନିଜ ପୁଅର ମୃତ୍ୟୁ ଘଟିଥିଲା ଏବଂ ମୃତଦେହ ରାସ୍ତାରେ ବିଛାଡ଼ି ହୋଇପଡ଼ିଥିଲା।

ଏକ ରିପୋର୍ଟ ଅନୁଯାୟୀ, ୪୯ ବର୍ଷୀୟ ଆମ୍ବୁଲାନ୍ସ ଡ୍ରାଇଭର ମହମ୍ମଦ ଇସ୍‌ମାଇଲ ସୁଙ୍ଗାଇ ଟୋଙ୍ଗ ହେଲ୍‌ଥ କ୍ଲିନିକ୍‌ରେ କାମ କରନ୍ତି। ନଭେମ୍ବର ୬ ଅପରାହ୍ନ ୪.୩୦ରେ ଇସମାଇଲ ଏକ ସଡ଼କ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇଥିଲେ। ଜରୁରିକାଳୀନ କଲ୍‌ ହେତୁ ସେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଇସ୍‌ମାଇଲ ଘଟଣାସ୍ଥଳରେ ପହଞ୍ଚିବା ପରେ ସେ ତାଙ୍କ ପୁଅର ମୋଟରସାଇକେଲକୁ ରାସ୍ତାରେ ପଡ଼ିଥିବା ଦେଖିବାକୁ ପାଇଥିଲେ। ସେ କହିଛନ୍ତି , ୨୧ ବର୍ଷ ମଧ୍ୟରେ ମୁଁ ଆମ୍ବୁଲାନ୍ସ ଡ୍ରାଇଭର ଭାବରେ କାମ କରିଛି, ଏହା ପ୍ରଥମ ଥର ପାଇଁ ପରିବାର ସଦସ୍ୟଙ୍କ ପାଇଁ ଆସିବାକୁ ପଡ଼ିଲା। ମୁଁ ସେତେବେଳେ ଯନ୍ତ୍ରଣା କ’ଣ ତାହା ଅନୁଭବ କରିଥିଲି କେବଳ ଆଲ୍ଲା ଜାଣନ୍ତି ।

ତାଙ୍କ ପୁଅ ମହମ୍ମଦ ଆୟମାନ ଏକ ଲୋରି ସହିତ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଖବର ଅନୁଯାୟୀ, ଆୟମାନ କୁଆଲା ନେରସରୁ ସୁଙ୍ଗାଇ ଟୋଙ୍ଗସ୍ଥିତ ଘରକୁ ଫେରୁଥିଲେ। ଏହି ଧକ୍କା ଏକ ପେଟ୍ରୋଲ ପମ୍ପ୍‌ ନିକଟରେ ଘଟିଛି। ଡେପୁଟି ପୋଲିସ ଅଧୀକ୍ଷକ ଆଫାଣ୍ଡି ହୁସେନଙ୍କ ଅନୁଯାୟୀ, ମୁଣ୍ଡରେ ଆଘାତ ଲାଗିଥିବାରୁ ଆୟମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ହୁସେନ କହିଛନ୍ତି, ବାଇକ୍‌ରେ ଯାଉଥିବା ଆୟମାନ ଅନ୍ୟ ଗାଡ଼ିକୁ ଅତିକ୍ରମ କରିବାକୁ ଚେଷ୍ଟା କରି ବିପରୀତ ଦିଗରୁ ଆସୁଥିବା ଏକ ଲୋରି ତାଙ୍କ ଧକ୍କା ହୋଇଥିଲା। ଫଳରେ ଲୋରିଟି ତାଙ୍କ ଉପରେ ଚଢ଼ି ଯାଇଥିବା କୁହାଯାଉଛି। ଏହି ଦୁଘଟଣାରେ ଲୋରି ଡ୍ରାଇଭର ଆହତ ହୋଇନାହାନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?