ପାର୍ବଣ ଋତୁରେ ସତର୍କ ରହିବାକୁ ଆହ୍ବାନ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌ ପରିଚାଳନାରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି। ଅଧିକାଂଶ ଜିଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା, ପୁରୀ ଭଳି ଅଧିକ ସଂକ୍ରମଣ ଥିବା ଜିଲାଗୁଡ଼ିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି। ଆଗକୁ ପାର୍ବଣ ଏବଂ ତା’ପରେ ଶୀତ ଋତୁର ପ୍ରଭାବ ଆସୁଛି। ତେଣୁ ପ୍ରଶାସନକୁ ସତର୍କ ରହି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଏବଂ କୋଭିଡ୍‌ ନିୟମାବଳୀକୁ ଦୃଢ ଭାବରେ କାର୍ଯ୍ୟକାରୀ କରିବାକୁ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌ ପରିଚାଳନାର ସମୀକ୍ଷା କରି ବରିଷ୍ଠ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି।
କେରଳର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, କୋଭିଡ୍‌ ପରିଚାଳନାରେ କେରଳ ଭଲ ପ୍ରଦର୍ଶନ କରିଆସୁଥିଲା। ମାତ୍ର ଓନାମ୍‌ ଉତ୍ସବ ପରେ ସବୁକିଛି ବଦଳି ଯାଇଛି। ସଂକ୍ରମଣ ବହୁ ପରିମାଣରେ ବଢିଯାଇଛି। ୟୁରୋପୀୟ ରାଷ୍ଟ୍ରଗୁଡ଼ିକରେ ମଧ୍ୟ ସଂକ୍ରମଣର ଦ୍ୱିତୀୟ ଓ୍ବେଭ୍‌ ଦେଖାଦେଇଛି। ସାମାନ୍ୟ କୋହଳ କଲେ ପରିସ୍ଥିତି ଗମ୍ଭୀର ହେବାର ଆଶଙ୍କା ରହିଛି। ତେଣୁ ପ୍ରଶାସନ କୋଭିଡ୍‌ ନିୟମର କଡ଼ାକଡ଼ି ପାଳନ ଉପରେ ଧ୍ୟାନଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଅର୍ଥନୈତିକ କାର୍ଯ୍ୟକଳାପ ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଠିକ୍‌ ସମୟରେ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୁଞ୍ଜି ବିନିଯୋଗର ଲାଭ ଯେପରି ଲୋକମାନେ ପାଇପାରିବେ, ସେଥିପ୍ରତି ଦୃଷ୍ଟି ଦେବାସହ ଏମ୍‌ଜିଏନ୍‌ଆର୍‌ଇଜିଏ, ମିଶନ ଶକ୍ତି ଓ ଜୀବିକା ମିଶନ ଆଦି ଜୀବିକା କାର୍ଯ୍ୟକ୍ରମଗୁଡ଼ିକୁ ମଧ୍ୟ ଉପଯୁକ୍ତ ପ୍ରାଧାନ୍ୟ ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଶିଳ୍ପ, ଖଣି, ନିର୍ମାଣ ସେବା, ପରିବହନ ଭଳି ସବୁ କ୍ଷେତ୍ରରେ ଅର୍ଥନୈତିକ କାର୍ଯ୍ୟକ୍ରମକୁ ଅଗ୍ରାଧିକାର ଦିଆଯିବ। ଏ କ୍ଷେତ୍ରରେ କୌଣସି ବାଧାକୁ ବରଦାସ୍ତ କରାଯିବ ନାହିଁ। ଯେକୌଣସି ଅର୍ଥନୈତିକ କାର୍ଯ୍ୟକଳାପରେ ବାଧା ସୃଷ୍ଟି କରାଗଲେ ଦୃଢ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବୈଠକରେ ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ ବର୍ତ୍ତମାନ ଡାକ୍ତରଖାନା ଉପରେ ଚାପ ହ୍ରାସ ପାଉଥିବା କହିଥିଲେ। ଆଣ୍ଟିଭାଇରାଲ ଟାବ୍‌ଲେଟ୍‌ ‘ଫାଭିପିରାଭିର୍‌’ କୋଭିଡ୍‌ ଚିକିତ୍ସାରେ ଭଲ କାମଦେଉଥିବା ସେ କହିଥିଲେ। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କଟକ, ଖୋର୍ଦ୍ଧା ଓ ପୁରୀରେ ସଂକ୍ରମଣ କମୁଥିବା ସୂଚନା ଦେଇଥିଲେ। ରାଜ୍ୟରେ ଆରୋଗ୍ୟ ହାର ୯୧ ପ୍ରତିଶତରେ ପହଞ୍ଚତ୍ଛି ଏବଂ ଓଡିଶା ଏ କ୍ଷେତ୍ରରେ ଦେଶର ପ୍ରଥମ ୫ଟି ରାଜ୍ୟ ମଧ୍ୟରେ ରହିଛି। ଭୁବନେଶ୍ବରରେ ବୁଧବାରଠାରୁ ସେରୋ ସର୍ଭେ ଆରମ୍ଭ କରାଯିବା ନେଇ ମହାପାତ୍ର ସୂଚନା ଦେଇଥିଲେ।
କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁପାଳନ ପାଇଁ ପୋଲିସ ନେଇଥିବା ପଦକ୍ଷେପ ସମ୍ପର୍କରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଥିଲେ। ପୋଲିସ ଓ ଅଗ୍ନିଶମ ସେବା କର୍ମଚାରୀ ବର୍ତ୍ତମାନ ସୁଦ୍ଧା ୪୦୦ ୟୁନିଟ୍‌ ପ୍ଲାଜମା ଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ‘ମୋ ସରକାର’ କାର୍ଯ୍ୟକ୍ରମରେ ବରିଷ୍ଠ ଅଧିକାରୀମାନେ କୋଭିଡ୍‌ ରୋଗୀଙ୍କ ଠାରୁ ପାଇଥିବା ମତାମତ ଭିତ୍ତିରେ ପଦକ୍ଷେପ ନେବାକୁ ବୈଠକରେ ସ୍ଥିର କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି ବୈଠକକୁ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri