Posted inଜାତୀୟ

ଜମିରେ ପଶିବାରୁ ଓଟର ଦୁଇ ଗୋଡ଼ କାଟି ମାରିଦେଲେ

ଚୁରୁ, ୧୯।୭- ପଶୁଙ୍କ ପ୍ରତି ମଣିଷର କ୍ରୁରତାର ଆଉ ଏକ ଚିତ୍ର ଏବେ ସାମ୍ନାକୁ ଆସିଛି, ଯାହାକି ମାନବିକତାକୁ ଲଜ୍ଜିତ କରିଛି। ମରୁଭୂମିର ଜାହାଜ ଭାବେ ପରିଚିତ ଗାଟିଏ ଓଟ ଜମିରେ ପଶିବାରୁ କିଛି ଲୋକ ଏହାର ଦୁଇଟି ଯାକ ଆଗ ଗୋଡ଼କୁ ଅତି ନୃଶଂସ ଭାବେ କାଟି ଦେଇଛନ୍ତି। ଗୁରୁତର ଅବସ୍ଥାରେ ଓଟକୁ ଉଦ୍ଧାର କରାଯାଇ ଚିକିତ୍ସା କରାଯାଇଥିଲେ ମଧ୍ୟ ତାହାର ଜୀବନ ରକ୍ଷା କରିବା ସମ୍ଭବପର ହୋଇପାରି ନ ଥିଲା। ରାଜସ୍ଥାନରେ ଘଟିଥିବା ଏହି ଘଟଣାକୁ ନେଇ ଏବେ ସାରା ରାଜ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସୋସିଆଲ ମିଡିଆରେ ଲୋକ ସ୍ବର ଉତ୍ତୋଳନ କରିଛନ୍ତି।
ରାଜସ୍ଥାନ ଚୁରୁ ସାଜନସର ଗ୍ରାମରେ ଘଟିଛି। ଏଠାରେ ଏକ ୪ ବର୍ଷର ଓଟ ଗୋଟିଏ ଜମିରେ ପଶିବାରୁ ଉତ୍ୟକ୍ତ ହୋଇ ୩ ଜଣ ଲୋକ ମିଶି କୁରାଢ଼ିରେ ଓଟର ୨ଟି ଯାକ ଆଗ ଗୋଡ଼କୁ ଅତି ନିର୍ମମ ଭାବେ କାଟି ଦେଇଛନ୍ତି। ଯେଉଁଥିରେ ଓଟର ଗୋଟିଏ ଗୋଡ଼ ସମ୍ପୂର୍ଣ୍ଣ ଭାବେ ଅଲଗା ହୋଇଯାଇଥିବାବେଳେ ଆଉ ଗୋଟିଏ ଭାଙ୍ଗି ଯାଇଛି। ଓଟଟି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହାପରେ ଓଟର କ୍ରନ୍ଦନ ଶୁଣି ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ପରେ ପୋଲିସ ଖବର ପାଇ ଓଟକୁ ଉଦ୍ଧାର କରି ଚିକିତ୍ସା ପାଇଁ ନେଇଥିଲେ ମଧ୍ୟ ଶେଷରେ ଓଟଟି ଆଖି ବୁଜି ଦେଇଥିବା ଜଣାପଡ଼ିଛି। ଏହି ଘଟଣାରେ ପୋଲିସ ୩ଜଣ ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ସୋସିଆଲ ମିଡିଆରେ ଲୋକମାନେ କ୍ରୋଧ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ, କିଛି ମାସ ତଳେ କିଛି ଦୁର୍ବୁତ୍ତ କେରଳରେ ଏକ ଗର୍ଭଣୀ ହାତୀକୁ ସପୁରୀ ମଧ୍ୟରେ ବିସ୍ଫୋରଣ ପୁରାଇ ଖାଇବାକୁ ଦେଇଥିଲେ। ହାତୀଟି ସପୁରୀ ଖାଇବା ମାତ୍ରେ ବିସ୍ଫୋରଣରେ ଏହାରି ମୁହଁରେ ଗଭୀର ଆଘାତ ଲାଗିଥିଲା। ଶେଷରେ ୩ ଦିନ ପରେ ଗର୍ଭଣୀ ହାତୀଟି ମରିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri