Posted inଜାତୀୟ

ଜମିରେ ପଶିବାରୁ ଓଟର ଦୁଇ ଗୋଡ଼ କାଟି ମାରିଦେଲେ

ଚୁରୁ, ୧୯।୭- ପଶୁଙ୍କ ପ୍ରତି ମଣିଷର କ୍ରୁରତାର ଆଉ ଏକ ଚିତ୍ର ଏବେ ସାମ୍ନାକୁ ଆସିଛି, ଯାହାକି ମାନବିକତାକୁ ଲଜ୍ଜିତ କରିଛି। ମରୁଭୂମିର ଜାହାଜ ଭାବେ ପରିଚିତ ଗାଟିଏ ଓଟ ଜମିରେ ପଶିବାରୁ କିଛି ଲୋକ ଏହାର ଦୁଇଟି ଯାକ ଆଗ ଗୋଡ଼କୁ ଅତି ନୃଶଂସ ଭାବେ କାଟି ଦେଇଛନ୍ତି। ଗୁରୁତର ଅବସ୍ଥାରେ ଓଟକୁ ଉଦ୍ଧାର କରାଯାଇ ଚିକିତ୍ସା କରାଯାଇଥିଲେ ମଧ୍ୟ ତାହାର ଜୀବନ ରକ୍ଷା କରିବା ସମ୍ଭବପର ହୋଇପାରି ନ ଥିଲା। ରାଜସ୍ଥାନରେ ଘଟିଥିବା ଏହି ଘଟଣାକୁ ନେଇ ଏବେ ସାରା ରାଜ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସୋସିଆଲ ମିଡିଆରେ ଲୋକ ସ୍ବର ଉତ୍ତୋଳନ କରିଛନ୍ତି।
ରାଜସ୍ଥାନ ଚୁରୁ ସାଜନସର ଗ୍ରାମରେ ଘଟିଛି। ଏଠାରେ ଏକ ୪ ବର୍ଷର ଓଟ ଗୋଟିଏ ଜମିରେ ପଶିବାରୁ ଉତ୍ୟକ୍ତ ହୋଇ ୩ ଜଣ ଲୋକ ମିଶି କୁରାଢ଼ିରେ ଓଟର ୨ଟି ଯାକ ଆଗ ଗୋଡ଼କୁ ଅତି ନିର୍ମମ ଭାବେ କାଟି ଦେଇଛନ୍ତି। ଯେଉଁଥିରେ ଓଟର ଗୋଟିଏ ଗୋଡ଼ ସମ୍ପୂର୍ଣ୍ଣ ଭାବେ ଅଲଗା ହୋଇଯାଇଥିବାବେଳେ ଆଉ ଗୋଟିଏ ଭାଙ୍ଗି ଯାଇଛି। ଓଟଟି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହାପରେ ଓଟର କ୍ରନ୍ଦନ ଶୁଣି ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ପରେ ପୋଲିସ ଖବର ପାଇ ଓଟକୁ ଉଦ୍ଧାର କରି ଚିକିତ୍ସା ପାଇଁ ନେଇଥିଲେ ମଧ୍ୟ ଶେଷରେ ଓଟଟି ଆଖି ବୁଜି ଦେଇଥିବା ଜଣାପଡ଼ିଛି। ଏହି ଘଟଣାରେ ପୋଲିସ ୩ଜଣ ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ସୋସିଆଲ ମିଡିଆରେ ଲୋକମାନେ କ୍ରୋଧ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ, କିଛି ମାସ ତଳେ କିଛି ଦୁର୍ବୁତ୍ତ କେରଳରେ ଏକ ଗର୍ଭଣୀ ହାତୀକୁ ସପୁରୀ ମଧ୍ୟରେ ବିସ୍ଫୋରଣ ପୁରାଇ ଖାଇବାକୁ ଦେଇଥିଲେ। ହାତୀଟି ସପୁରୀ ଖାଇବା ମାତ୍ରେ ବିସ୍ଫୋରଣରେ ଏହାରି ମୁହଁରେ ଗଭୀର ଆଘାତ ଲାଗିଥିଲା। ଶେଷରେ ୩ ଦିନ ପରେ ଗର୍ଭଣୀ ହାତୀଟି ମରିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri