ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ ସୁବିଧା ଅସୁବିଧା, ସରକାରୀ ଯୋଜନାର ରୂପାୟନ ଉପରେ ପଚାରି ବୁଝିଥିଲେ । ଜିଲାପାଳ ସୀମାନ୍ତ ଗୁଣ୍ଡିଚାଡିହି ଗ୍ରାମକୁ ଯାଇ ଆବାସ ଯୋଜନା, ବିଦ୍ୟୁତୀକରଣ, ସ୍ବାସ୍ଥ୍ୟସେବା, ପାନୀୟ ଜଳଯୋଗାଣ, ସାମାଜିକ ସୁରକ୍ଷା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ସାଧାରଣ ବଣ୍ଟନ ବ୍ୟବସ୍ଥା ଗାଁରେ କିପରି ଚାଲିଛି ଲୋକଙ୍କୁ ପଚାରି ବୁଝିଥିଲେ । ପରେ ସେ ଚର୍ଦ୍ଦାପାଲି ଉଚ୍ଚ ବିଦ୍ୟାଳୟ ହଷ୍ଟେଲ ଛାତ୍ରୀଛାତ୍ରଙ୍କ ସହିତ ପାଠପଢ଼ା ବିଷୟରେ ବାର୍ତ୍ତାଳାପ କରିଥିଲେ। ଜିଲାପାଳ ପ୍ରଧାନ ଚଙ୍ଗରିଆ, ଚରଦାପାଲି, ଲହଣ୍ଡିପୁର, ଲୁହୁରାକୋଟ ଆଦି ଗ୍ରାମକୁ ଯାଇ ଲୋକଙ୍କ ସହିତ ସ୍ଥାନୀୟ ସମସ୍ୟା ଏବଂ ସରକାରୀ ଯୋଜନାର କାର୍ଯ୍ୟକାରିତା ଉପରେ ପଚାରି ବୁଝିଥିଲେ। ଉପାନ୍ତ ଅଞ୍ଚଳରେ ପ୍ରଶାସନ ତରଫରୁ ବିଭିନ୍ନ ସମୟରେ କ୍ୟାମ୍ପ କରି ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜିଲାପାଳଙ୍କ ଏହି ଗସ୍ତ ସମୟରେ ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର କନିଷ୍ଠ ଯନ୍ତ୍ରୀ, ଚରଦାପାଲି ସରପଞ୍ଚ ଗିରିଶ ଚନ୍ଦ୍ର ନାଏକ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ପାଇକମାଳ ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri