ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ ସୁବିଧା ଅସୁବିଧା, ସରକାରୀ ଯୋଜନାର ରୂପାୟନ ଉପରେ ପଚାରି ବୁଝିଥିଲେ । ଜିଲାପାଳ ସୀମାନ୍ତ ଗୁଣ୍ଡିଚାଡିହି ଗ୍ରାମକୁ ଯାଇ ଆବାସ ଯୋଜନା, ବିଦ୍ୟୁତୀକରଣ, ସ୍ବାସ୍ଥ୍ୟସେବା, ପାନୀୟ ଜଳଯୋଗାଣ, ସାମାଜିକ ସୁରକ୍ଷା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ସାଧାରଣ ବଣ୍ଟନ ବ୍ୟବସ୍ଥା ଗାଁରେ କିପରି ଚାଲିଛି ଲୋକଙ୍କୁ ପଚାରି ବୁଝିଥିଲେ । ପରେ ସେ ଚର୍ଦ୍ଦାପାଲି ଉଚ୍ଚ ବିଦ୍ୟାଳୟ ହଷ୍ଟେଲ ଛାତ୍ରୀଛାତ୍ରଙ୍କ ସହିତ ପାଠପଢ଼ା ବିଷୟରେ ବାର୍ତ୍ତାଳାପ କରିଥିଲେ। ଜିଲାପାଳ ପ୍ରଧାନ ଚଙ୍ଗରିଆ, ଚରଦାପାଲି, ଲହଣ୍ଡିପୁର, ଲୁହୁରାକୋଟ ଆଦି ଗ୍ରାମକୁ ଯାଇ ଲୋକଙ୍କ ସହିତ ସ୍ଥାନୀୟ ସମସ୍ୟା ଏବଂ ସରକାରୀ ଯୋଜନାର କାର୍ଯ୍ୟକାରିତା ଉପରେ ପଚାରି ବୁଝିଥିଲେ। ଉପାନ୍ତ ଅଞ୍ଚଳରେ ପ୍ରଶାସନ ତରଫରୁ ବିଭିନ୍ନ ସମୟରେ କ୍ୟାମ୍ପ କରି ଜନସାଧାରଣଙ୍କ ସମସ୍ୟାର ସମାଧାନ ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜିଲାପାଳଙ୍କ ଏହି ଗସ୍ତ ସମୟରେ ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର କନିଷ୍ଠ ଯନ୍ତ୍ରୀ, ଚରଦାପାଲି ସରପଞ୍ଚ ଗିରିଶ ଚନ୍ଦ୍ର ନାଏକ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ପାଇକମାଳ ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri