୩, ୪ନଂ ଜୋନ୍‌ରେ ପ୍ରଚାର ଜୋରଦାର

ଫୁଲବାଣୀ ଅଫିସ,୭ା୨: ଖଜୁରିପଡା ବ୍ଲକର ୩ ଏବଂ ୪ ନଂ ଜୋନରେ ରବିବାର ବିଜେଡି ପକ୍ଷରୁ ନିର୍ବାଚନୀ ବୈଠକ କରାଯାଇଛି ା ପଞ୍ଚାୟତିରାଜ ମନ୍ତ୍ରୀ ତଥା ଜିଲା ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଏହି ଦୁଇ ଜୋନର ବିଭିନ୍ନ ସ୍ଥାନକୁ ଯାଇ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ କର୍ମୀମାନଙ୍କୁ ଆହ୍ବାନ ଦେଇଛନ୍ତି। ଖଜୁରିପଡା ବ୍ଲକରେ ୧୪ଟି ପଞ୍ଚାୟତ ା ୩ ନଂ ଜୋନରେ ଆଡାସିପଡା, ଗୁଦାରି, ବଲସକୁମ୍ପା, ବିଲାବାଡି, ପିରିକୁଡି, ସୁଡ୍ରୁକୂମ୍ପା, ସୁଡ୍ରେଜୁ, ଟିଟିରାପଙ୍ଗା ପଞ୍ଚାୟତ ରହିଥିବା ବେଳେ ୪ନଂ ଜୋନରେ ଅରାପାଜୁ, ଖଜୁରିପଡା, ଦଳପଡା, ଦୂତିମେଣ୍ଡି, ଦୂତିପଡା, ଆର.ନୂଆଗାଁ ପଞ୍ଚାୟତ ରହିଛି। ୩ନଂ ଜୋନରେ ବିଜେଡି ପକ୍ଷରୁ ମମତା ମଲ୍ଲିକ ଏବଂ ୪ ନଂ ଜୋନରେ ଶୁଭଶ୍ରୀ ନାୟକ ପ୍ରାର୍ଥୀ ହୋଇଛନ୍ତି। ଏହି ଦୁଇ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ମନ୍ତ୍ରୀ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। ମନ୍ତ୍ରୀଙ୍କ ସମେତ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲା ବିଜେଡି ସଭାପତି ସରୋଜ କର୍ଣ୍ଣ, ମନ୍ତ୍ରୀଙ୍କ ପିଏ କିଶୋର ମେହେରଙ୍କ ସମେତ ଅନ୍ୟୀମାନେ ବୈଠକରେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri