ଜମୁଛି ପ୍ରଚାର,ଚାଲିଛି ଅଙ୍କକଷା

ବାରିପଦା ଅଫିସ,୨୨ ।୩ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ନିର୍ବାଚନ ଲାଗି ସହର ଦୁଲୁକୁଛି। ପ୍ରାର୍ଥୀଙ୍କ ମାରାଥନ ପ୍ରଚାର ଜମୁଥିବା ବେଳେ ହାରଜିତ୍‌କୁ ନେଇ ଜୋରସୋର ଅଙ୍କକଷା ଚାଲିଛି। ସହରର କୋଣ ଅନୁକୋଣରେ ପୋଷ୍ଟର ଓ ହୋଡିଂରେ ପ୍ରାର୍ଥୀମାନଙ୍କ ଭୋଟ ପ୍ରାର୍ଥନା ଦେଖିବାକୁ ମିଳିଛି। ବିଜେଡି, ଭାଜପା, କଂଗ୍ରେସ, ଜେଏମ୍‌ଏମ୍‌ ଓ ସ୍ବାଧୀନ ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କ ସହ ରୋଡ୍‌ ଶୋ ଓ ପଥପ୍ରାନ୍ତ ସଭା ମାଧ୍ୟମରେ ଭୋଟରଙ୍କୁ ମନାଇବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ସହରର ବିକାଶ ଦିଗରେ ସମସ୍ତେ ଗୁରୁତ୍ୱ ଦେବେ ବୋଲି ପ୍ରତିଶ୍ରୁତି ଦେଉଛନ୍ତି। ତେବେ ପ୍ରାର୍ଥୀଙ୍କ ଯୋଗ୍ୟତା ଓ ଦକ୍ଷତାକୁ ନେଇ ପୌରାଧ୍ୟକ୍ଷ ବଛା ହେବେ ବୋଲି ଆଲୋଚନା ଜୋର ଧରିଛି ା
ପୌର ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ବାରିପଦା ସହରରେ ଥିବା ୨୮ଟି ୱାର୍ଡର ୮୨ଟି ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ୧୧୧କାଉନସିଲର ଓ ୧୬ ପୌରାଧ୍ୟକ୍ଷ ପ୍ରାର୍ଥୀଙ୍କ ମଧ୍ୟରୁ ନେତା ବାଛିବେ ୮୧ହଜାର ୨୨୨ ଭୋଟର। ଅଧ୍ୟକ୍ଷ ପଦ ହାତେଇବା ପାଇଁ ସମସ୍ତ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଛି। ୭୫ପ୍ରତିଶତ ମତଦାନ ହେଲେ ୨୦ହଜାରରୁ ଊର୍ଦ୍ଧ୍ୱ ଭୋଟ ପାଇଥିବା ପ୍ରାର୍ଥୀ ନଗରପାଳ ଆସନରେ ବସିବେ ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି। ତେବେ ମତଦାନ ହାର ବୃଦ୍ଧି ପାଇଲେ କେଉଁ ଦଳର ବିଜୟ ସହଜ ହେବ ସେ ନେଇ ମଧ୍ୟ ବିଚାର ବିମର୍ଷ ଚାଲିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ପ୍ରତି ଭୋଟରଙ୍କ ସହମତି ବୃଦ୍ଧି ପାଉଥିବା ବେଳେ ସ୍ବାଧୀନ ପ୍ରାର୍ଥୀମାନେ ମଧ୍ୟ ଦୌଡ଼ରେ ଆଗୁଆ ରହିଛନ୍ତି। ଏପରିସ୍ଥଳେ ବିଜେଡି ପ୍ରାର୍ଥୀଙ୍କ ପାଇଁ ସମସ୍ୟା ଦେଖାଦେଇଥିବାରୁ ଦଳ ପକ୍ଷରୁ ମାରାଥନ ପ୍ରଚାର ଜାରି ରହିଛି। ୨ଟି ଓ୍ବାର୍ଡର କାଉନସିଲର ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଆସନକୁ ଅକ୍ତିଆର କରିବା ପାଇଁ ବିଜେଡି ପକ୍ଷରୁ ବିଭିନ୍ନ କୌଶଳ ଅବଲମ୍ବନ କରାଯାଉଛି। ୩ଟି ୱାର୍ଡରେ ଦଳୀୟ ଟିକଟରୁ ବଞ୍ଚିତ ହୋଇ ୩ଜଣ ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଥିତ୍ବାରୁ ବିଜେଡି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ସେହିପରି ଭାଜପାର ପ୍ରଚାର ପ୍ରସାର ପାଇଁ ରାଜ୍ୟସ୍ତରୀୟ କୌଣସି ହେଭିୱେଟ ନେତାଙ୍କୁ ଦେଖିବାକୁ ମିଳୁନାହିଁ। କେନ୍ଦ୍ରମନ୍ତ୍ରୀ ତଥା ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁଙ୍କ ଅନୁପସ୍ଥିତି ଦଳୀୟ କର୍ମୀଙ୍କୁ ନିରାଶ କରିଛି। ତଥାପି ଭାଜପା ପ୍ରତି ଲୋକଙ୍କ ସମର୍ଥନ ରହିଥିବାରୁ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିବା ଦଳୀୟ ପ୍ରାର୍ଥୀମାନେ ନିଜ ଉଦ୍ୟମରେ ପ୍ରଚାର କାର୍ଯ୍ୟକୁ ଆଗେଇ ନେଉଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri