ସରିଲା ପ୍ରଚାର, ଭୋଟକୁ ଅପେକ୍ଷା

ପୁରୀ ଅଫିସ,୨୮।୯: ପିପିଲି ଉପନିର୍ବାଚନ ପାଇଁ ୩୦ ତାରିଖରେ ମତଦାନ ହେବାକୁ ଥିବାବେଳେ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଶ ହୋଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀ ଉପନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବା ସହ ପୁରୀ ଜିଲାପାଳ ଏବଂ ଏସ୍‌ପିଙ୍କ ସହିତ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ମତଦାନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ମୋଟ୍‌ ୩ଟି ପର୍ଯ୍ୟାୟରେ ପୋଲିଂ ପାର୍ଟିକୁ ପିପିଲି ନିର୍ବାଚନମଣ୍ଡଳୀକୁ ପଠାଯିବ। ପୂର୍ବାହ୍ନ ୬ରୁ ୧୦ଟା, ପରେ ୧୦ଟାରୁ ଅପରାହ୍ନ ୧ଟା ଏବଂ ଶେଷରେ ୧ଟାରୁ ଅପରାହ୍ନ ୪ଟା ମଧ୍ୟରେ ପୋଲିଂ ପାର୍ଟିଗୁଡ଼ିକ ଗସ୍ତ କରିବେ। ଏଥିଲାଗି ୧୦ଟି କାଉଣ୍ଟର ବ୍ୟବସ୍ଥା କରାଯିବା ସହ ଇଭିଏମ୍‌ ଏବଂ ଅନ୍ୟାନ୍ୟ ସାମଗ୍ରୀ ଗ୍ରହଣ ନିମନ୍ତେ ସିଙ୍ଗିଲ୍‌ ୱିଣ୍ଡୋ ବ୍ୟବସ୍ଥା କରାଯାଇଛି। କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି।
ମଇଦାନରେ ଅବତୀର୍ଣ୍ଣ ହୋଇଥିବା ମୋଟ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨ଲକ୍ଷ ୨୯ ହଜାର ୯୯୮ ଜଣ ମତଦାତା। ସେହିପରି ମୋଟ୍‌ ୩୪୮ ବୁଥ୍‌ ମଧ୍ୟରୁ ୧୦୨ଟି ଅତିସମ୍ବେଦନଶୀଳ ଓ ୭୩ଟି ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ସମ୍ପୃୃକ୍ତ ବୁଥ୍‌ଗୁଡ଼ିକରେ ୱେବ କାଷ୍ଟିଂ ହେବ। ୨୩ ମାଇକ୍ରୋ ପର୍ଯ୍ୟବେକ୍ଷକ ଅବସ୍ଥାପିତ କରାଯିବା ସହ ୧୨ଟି ବୁଥ୍‌ରେ ଭିଡିିଓ ଉତ୍ତୋଳନ କରାଯିବ। ଏହାବ୍ୟତୀତ ୨୦ଟି ଆଦର୍ଶ ମତଦାନ କେନ୍ଦ୍ର ହୋଇଛି। ଜିଲାପାଳ ସମର୍ଥ ବର୍ମା ସମସ୍ତ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ଉପନିର୍ବାଚନ ଲାଗି ପ୍ରାୟ ୨ହଜାର ପୋଲିଂ ଅଧିକାରୀ ଓ କର୍ମଚାରୀ ନିୟୋଜିତ ହେବେ। ୫ଶହ ଗାଡ଼ି ନିୟୋଜନ ହେବ। ପ୍ରାୟ ୭୦ଟି ରିଜର୍ଭ ପୋଲିଂ ପାର୍ଟି, ୩୨ଟି ମୋବାଇଲ୍‌ ଟିମ୍‌ ନିୟୋଜିତ ରହିବେ। ସେହିଭଳି ୧୯୮୩ ସୁରକ୍ଷାକର୍ମୀ ମୁତୟନ ହେବେ। ପିପିଲି ଓ ଡେଲାଙ୍ଗ ଅଞ୍ଚଳରେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ଓ ପୋଲିସ ପକ୍ଷରୁ ନିୟମିତ ଫ୍ଲାଗ୍‌ ମାର୍ଚ୍ଚ କରାଯାଉଥିବା ଏସ୍‌ପି କନୱର ବିଶାଲ ସିଂ କହିଛନ୍ତି। ଜିଲା ପ୍ରଶାସନର ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ସୁଭାଷ ନାଥଶର୍ମା ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଏଥିସହିତ ଭାରତର ନିର୍ବାଚନ ଆୟୋଗ ପିପିଲି ଉପନିର୍ବାଚନ ସମ୍ପର୍କରେ କୌଣସି ପ୍ରକାର ଏକ୍‌ଜିଟ୍‌ ପୋଲ୍‌କୁ ନିଷେଦ୍ଧ କରିଛନ୍ତି। କୌଣସି ଖବରକାଗଜ, ବୈଦ୍ୟୁତିକ ଗଣମାଧ୍ୟମ, ଓ୍ବେବ୍‌ ପୋର୍ଟାଲ କିମ୍ବା ଅନ୍ୟ କୌଣସି ଗଣମାଧ୍ୟମ ଉପ ନିର୍ବାଚନ ସମ୍ପର୍କିତ ଖବର ପ୍ରକାଶିତ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri