Posted inଖେଳ

ମୋତେ ବଦନାମ କରିବାକୁ ଅଭିଯାନ ଚାଲିଛି: ରମଣ

ନୂଆଦିଲ୍ଲୀ,୧୬।୫(ପି.ଟି.): ଭାରତୀୟ ମହିଳା ସିନିୟର ଦଳର କୋଚ୍‌ ପଦରୁ ବହିଷ୍କୃତ ହେବା ପରେ ଡବ୍ଲ୍ୟୁ.ଭି. ରମଣ ଏବେ ମୁହଁ ଖୋଲିଛନ୍ତି। ମୋତେ ବଦନାମ କରିବାକୁ ଅଭିଯାନ ଚାଲିଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହି ଷଡ଼ଯନ୍ତ୍ର ତଥା ଅଭିଯାନକୁ ରୋକିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲିଙ୍କୁ ନିବେଦନ କରିଛନ୍ତି।
ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ରାହୁଲ ଡ୍ରାଭିଡ ଓ ଗାଙ୍ଗୁଲିଙ୍କୁ ଇ- ମେଲ୍‌ ଜରିଆରେ ଚିଠି ଲେଖି ସେ ଏ ନେଇ ଅବଗତ କରାଇବାକୁ ପ୍ରୟାସ କରିଛନ୍ତି। କୋଚ୍‌ ଭାବେ ଅଯୋଗ୍ୟ ହେବା ଛଡା ଅନ୍ୟ କାରଣ ପାଇଁ ତାଙ୍କୁ ବହିଷ୍କାର କରାଯିବା ଚିନ୍ତାଜନକ ବୋଲି ସେ ଉଲ୍ଲେଖ କରିଛନ୍ତି। କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ହେଡ୍‌ କୋଚ୍‌ ପଦରୁ ରମଣଙ୍କୁ ହଟାଇ ପୂର୍ବତନ କ୍ରିକେଟର ରମେଶ ପାଓ୍ବାରଙ୍କୁ ନିଯୁକ୍ତ କରିଛି। ରମଣଙ୍କ ତତ୍ତ୍ୱାବଧାନରେ ଭାରତୀୟ ଦଳ ଗତବର୍ଷ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରି ଅସାଧାରଣ ସଫଳତା ପାଇଥିଲା।
ମୋ ବିରୋଧରେ ଚାଲିଥିବା ଏହି ଅବାଞ୍ଛିତ ଅଭିଯାନକୁ ସ୍ଥାୟୀ ଭାବେ ରୋକା ଯିବା ନିହାତି ଜରୁରୀ। ଏହି ଅଭିଯାନରେ ବିସିସିଆଇର କେତେଜଣ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି। ଯଦି ଆବଶ୍ୟକ ହୁଏ ତେବେ ଏ ସଂକ୍ରାନ୍ତରେ ସ୍ପଷ୍ଟୀକରଣ ଦେବାକୁ ପ୍ରସ୍ତୁତ ଅଛି ବୋଲି ସେ କହିଛନ୍ତି। ଯଦି ଅକ୍ଷମତା ପାଇଁ ମୋତେ ବହିଷ୍କାର କରାଯାଇଛି ତା’ହେଲ ଏଥିରେ ଆଦୌ ଦୁଃଖ କରିବାର ଆବଶ୍ୟକତା ନାହିଁ। କିନ୍ତୁ ଯଦି ଅନ୍ୟ କାରଣ ପାଇଁ ମୋତେ ଅଣଦେଖା କରାଯାଇଛି ତା’ହେଲେ ଏହା ନିଶ୍ଚିତ ଭାବେ ଚିନ୍ତାଜନକ ଓ ଏ ନେଇ କାର୍ଯ୍ୟାନୁଷ୍ଠାନ ହେବା ନିହାତି ଜରୁରୀ। ରମଣ ଭାରତ ପାଇଁ ୧୯୮୮ରୁ ୧୯୯୭ ମଧ୍ୟରେ ୧୧ ଟେଷ୍ଟ ଓ ୨୭ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ତେବେ ଚିଠିରେ ରମଣ କୌଣସି ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କ ନାମ ଉଲ୍ଲେଖ କରିନାହାନ୍ତି। ଅବସର ନେବା ପରେ ରମଣ ଦୀର୍ଘ ୨୦ ବର୍ଷ କୋଚ୍‌ ଭାବେ ସଫଳତାର ସହ କାର୍ଯ୍ୟ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?