Odisha Elections 2024

୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋରଦାର

ଖୋର୍ଦ୍ଧା,୧୦ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀ ଏବେ ପ୍ରଚାରକୁ ଜୋରଦାର କରିଛନ୍ତି। ଭୁବନେଶ୍ୱର ଲୋକ ସଭା ଏବଂ ୭ଟି ବିଧାନସଭା ଆସନରେ ତ୍ରିମୁଖୀ ଲଢ଼େଇ ହେବା ନେଇ ସମ୍ଭାବନା ରହିଛି। ଲୋକ ସଭା ପ୍ରାର୍ଥୀଭାବେ ବିଜେଡିରୁ ମନ୍ମଥ ରାଉତରାୟ, ଭାଜପାରୁ ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସରୁ ସୟଦ ୟାସିର ନଓ୍ବାଜଙ୍କ ମଧ୍ୟରେ କଡ଼ା ଟକ୍କର ହେବ। ୩ଦଳର ପ୍ରାର୍ଥୀମାନେ ଦଳୀୟ ବିଧାୟକ ପ୍ରାର୍ଥୀଙ୍କୁ ନେଇ ରୋଡ୍‌ ଶୋ, ନିର୍ବାଚନ ସମ୍ମିଳନୀ କରିବା ସହ ଘରକୁ ଘର ବୁଲୁଛନ୍ତି।
ଖୋର୍ଦ୍ଧା ବିଧାନସଭା ଆସନରେ ୧୦ଜଣ ପ୍ରାର୍ଥୀ ମଇଦାନରେ ରହିଥିବା ବେଳେ ବିଜେଡିରୁ ରାଜେନ୍ଦ୍ର ସାହୁ, ଭାଜପାରୁ ପ୍ରଶାନ୍ତ ଜଗଦ୍ଦେବ, ସ୍ବାଧୀନ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ମଧ୍ୟରେ କଡ଼ା ଟକ୍କର ହେବ ବୋଲି ଚର୍ଚ୍ଚା ହେଉଛି। ସେପଟେ କଂଗ୍ରେସରୁ ସୋନାଲି ସାହୁ ମଧ୍ୟ ପ୍ରଚାରକୁ ଓହ୍ଲାଇଛନ୍ତି। ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରିଛନ୍ତି। ବିଭିନ୍ନ ଗାଁ, ବସ୍ତି ବୁଲି ସମସ୍ୟାର ସମାଧାନ ପାଇ ପ୍ରତିଶ୍ରୁତି ଦେବା ସହ ନିଜ ସପକ୍ଷରେ ଭୋଟ୍‌ ଦେବା ପାଇଁ ନିବେଦନ କରୁଛନ୍ତି। ସେହିପରି ବେଗୁନିଆରେ ୧୨ଜଣ ପ୍ରାର୍ଥୀ ରହିଥିବା ବେଳେ ବିଜେଡି ପ୍ରାର୍ଥୀ ପ୍ରଦୀପ ସାହୁ, କଂଗ୍ରେସର ପୃଥ୍ବୀବଲ୍ଲଭ ପଟ୍ଟନାୟକ ଏବଂ ଭାଜପା ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ବିଜୁଳିଙ୍କ ମଧ୍ୟରେ ଲଢ଼େଇ ହେବ। ପ୍ରାର୍ଥୀମାନେ ବିଭିନ୍ନ ଗାଁ, ବସ୍ତି ବୁଲି ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେବା ସହ ନିଜ ସପକ୍ଷରେ ଭୋଟ୍‌ ଦେବା ପାଇଁ ନିବେଦନ କରୁଛନ୍ତି। ଚିଲିକା ଆସନରେ ୯ଜଣ ପ୍ରାର୍ଥୀ ରହିଥିବା ବେଳେ ଏଠାରେ ମଧ୍ୟ ବିଜେଡିର ରଘୁନାଥ ସାହୁ, ଭାଜପାର ପୃଥ୍ବୀରାଜ ହରିଚନ୍ଦନ ଏବଂ କଂଗ୍ରେସର ପ୍ରଦୀପ ସ୍ବାଇଁଙ୍କ ମଧ୍ୟ ଟକ୍କର ହେବାକୁ ଯାଉଛି। ସେହିପରି ଜଟଣୀ ବିଧାନସଭା ଆସନରେ ୯ଜଣ ପ୍ରାର୍ଥୀ ରହିଥିବା ବେଳେ ଏଠାରେ ବିଜେଡିରୁ ବିଭୂତି ଭୂଷଣ ବଳବନ୍ତରାୟ, ଭାଜପାର ବିଶ୍ୱରଞ୍ଜନ ବଡଜେନା ଏବଂ କଂଗ୍ରେସର ସନ୍ତୋଷ ଜେନାଙ୍କ ମଧ୍ୟରେ କଡା ଟକ୍କର ହେବ ବୋଲି ଚର୍ଚ୍ଚା ହେଉଛି। ତେବେ ସ୍ବାଧୀନ ପ୍ରାର୍ଥୀ ସାମାଜିକ କର୍ମୀ ମନଓ୍ବର ଅଲ୍ଲୀ ଏବଂ ସୁଜିତ ବଳବନ୍ତରାୟ ମଧ୍ୟ ଜୋରଦାର ପ୍ରଚାର ଚଳାଇଛନ୍ତି। ଅନ୍ୟପକ୍ଷରେ ଅସନ୍ତୁଷ୍ଟ ନେତାମାନେ ଦଳୀୟ ପ୍ରାର୍ଥୀଙ୍କ ଅଙ୍କ ବିଗାଡ଼ି ପାରନ୍ତି ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

ଯୁବକଙ୍କ ଉପରେ ମାଡ଼ିଗଲା ହାଇୱା, ଉତ୍ତେଜନା

ତିହିଡ଼ି,୨୦।୫(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଆରୁହା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ଜଣ ବାଇକ୍‌ ଆରୋହୀଙ୍କ ମଧ୍ୟରେ ଧକ୍କା ହେବା...

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ...

ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ

ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)।...

ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ

ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି।...

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri