ଶୁଖିଲା ପଡ଼ିଛି କେନାଲ, ପାଣି ଛାଡ଼ିବାକୁ ଦାବି

ପଟ୍ଟାମୁଣ୍ଡାଇ,୩।୫(ସ୍ବ.ପ୍ର.): କଟକ ଜିଲା ଜଗତପୁର ମହାନଦୀ ବ୍ୟାରେଜରୁ ବାହାରି ଥିବା ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛାଡିବାକୁ ଚାଷୀମାନେ ଦାବି କରିଛନ୍ତି। ମୁଖ୍ୟ କେନାଲରେ ପାଣି ନ ଆସିବାରୁ ଶୁଖିଲା ପଡିଛି। ପାଣି ଅଭାବରୁ ମୁଖ୍ୟ କେନାଲରୁ ବାହାରିଥିବା ଶାଖାଗୁଡିକ ମଧ୍ୟ ଶୁଖି ଯାଇଛି। ଅନ୍ୟପକ୍ଷରେ ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲକୁ ସଂଯୋଗ କରୁଥିବା ଗୋବରୀ ସମ୍ପ୍ରସାରିତ କେନାଲ ଓ ଏହାର ଶାଖା ନଂ. ୧୬ କେନାଲ, ନଂ. ୨କେନାଲ, କୋରିଆପଲ୍ଲା ମାଇନର, ନଂ. ୧୪ କେନାଲ, ନଂ. ୧୫, ତାତନା ମାଇନର ଶୁଖିଲା ପଡିଛି। ପନିପରିବା ଚାଷୀ ଓ ଗୃହପାଳିତ ପ୍ରାଣୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନାଲ କୂଳ ଗ୍ରାମର ଅଧିକାଂଶ ଲୋକ ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲ ଓ ଶାଖା ଉପରେ ନିର୍ଭର କରି ଚଳିଥାନ୍ତି। କେନାଲଗୁଡିକ ଶୁଖିଲା ପଡିଥିବାରୁ ଚାଷ ସହ ବିଭିନ୍ନ କାର୍ଯ୍ୟରେ ସମସ୍ୟା ଦେଖାଦେଉଛି। ସେହିପରି ଗ୍ରୀଷ୍ମପ୍ରବାହ କାରଣରୁ ଗୋରୁ, ଛେଳିମେଣ୍ଢା ଆଦି ଗୃହପାଳିତ ପ୍ରାଣୀ ପିଇବା ପାଣି ନ ପାଇ ଡହଳ ବିକଳ ହେଉଛନ୍ତି। କେନାଲ କୂଳରେ ଥିବା ଜମିରେ ଚାଷୀମାନେ ପନିପରିବା ଚାଷ କରିଥିବାରୁ ପାଣି ବିନା ମରିଯିବାକୁ ବସିଲାଣି। ଚାଷୀ ଓ ସାମାଜିକ କର୍ମୀମାନେ ତୁରନ୍ତ କେନାଲରେ ପାଣି ଛାଡିବାକୁ ଦାବି କରିଛନ୍ତି।
ସାମାଜିକ କର୍ମୀ ଜ୍ୟୋତି ପ୍ରକାଶ ପ୍ରଧାନ, ଚାଷୀ ଅଜୟ ନାୟକ, ସୁଶାନ୍ତ ସାମଲ, ପ୍ରଫୁଲ୍ଲ ତରାଇ, ବିଜୟ ଦାସ, ବନମାଳୀ ମହାପାତ୍ର, ଦେବେନ୍ଦ୍ର ପ୍ରଧାନ, ତ୍ରିଲୋଚନ ମଲିକ, ଭ୍ରମରବର ବେହେରା ପ୍ରମୁଖ ଜଳସମ୍ପଦ ବିଭାଗ ୧୫ ଦିନ ମଧ୍ୟରେ କେନାଲରେ ପାଣି ଛାଡିବାକୁ ଦାବି କରିଛନ୍ତି। ସେମାନଙ୍କ କହିବା କଥା, ପଟ୍ଟାମୁଣ୍ଡାଇ ଅଞ୍ଚଳର ଷଣ୍ଢପଲ୍ଲୀ, ଅଳଭା, ଖଡିଅଣ୍ଟା, ଆମ୍ବେର, ଶିମୁଳିଆ, ଅରଡପଲ୍ଲୀ, ଗଙ୍ଗାରାମପୁର, ଗୁଣୁପୁର, ଛେଦରା, ଅଠରବାଟିଆ, ବେଲତଳ, ତାତନା, ଦକ୍ଷିଣଦିଆ, ବକ୍ତାରପୁର, ଛାଉଣୀ, ମାଟିଆ, କଖାରୁଣୀ, ବାଲିସାହି, ପୋଖରିଆପଡା, ଡିହାପଡା, ନରସିଂହପୁର, ବଡମୂଳବସନ୍ତ, ସେକପୁର, ଗଣ୍ଡକୂଳ, ନପଙ୍ଗ ଆଦି କେନାଲ ଜଳସେଚିତ ଜମିରେ ପନିପରିବା ଚାଷ କରାଯାଇଛି। କେନାଲ ପାଣି ବ୍ୟତୀତ ଅନ୍ୟ ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଚାଷୀ କରିଥିବା ପରିବା ଫସଲ ଖରାରେ ଶୁଖି ଯାଇ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହେଉଥିବା ଦେଖିବାକୁ ମିଳୁଛି। କରୋନା ମାଡରେ ଲୋକଙ୍କ ଆର୍ଥତ୍କ ସ୍ଥିତି ଭଲ ନ ଥିବାରୁ ଉଚ୍ଚା ଦାମ୍‌ରେ ପନିପରିବା କିଣିବା ମଧ୍ୟ ସମ୍ଭବ ହେଉନାହିଁ। ଏବେ ଖରାଦିନ ହୋଇଥିବାରୁ ଗୃହପାଳିତ ପ୍ରାଣୀଙ୍କୁ ଗୁହାଳ କିମ୍ବା ଗୋଠରେ ବାନ୍ଧି ରଖି ହେଉନାହିଁ। ପାଣି ଅଭାବରୁ ଗୃହପାଳିତ ପ୍ରାଣୀମାନେ ଶୋଷରେ ଆଉଟପାଉଟ ହେଉଛନ୍ତି। କେନାଲରେ ପାଣି ନ ଥିବାରୁ ପ୍ରଚଣ୍ଡ ରୌଦ୍ର ତାପରେ ପୋଖରୀ ଗାଡିଆଗୁଡିକ ମଧ୍ୟ ଶୁଖିଲା ପଡିଛି। ଭୂତଳ ଜଳସ୍ତର କ୍ରମଶଃ ହ୍ରାସ ପାଉଥିବାରୁ କୂପ ଓ ନଳକୂପଗୁଡିକର ଜଳସ୍ତର ମଧ୍ୟ ହ୍ରାସ ପାଇବାରେ ଲାଗିଛି। ଚଳିତବର୍ଷ ଗ୍ରୀଷ୍ମଋତୁ ଆରମ୍ଭରୁ ବିଭିନ୍ନ ସ୍ଥାନରେ ବାରମ୍ବାର ଅଗ୍ନିକାଣ୍ଡ ଯୋଗୁ ବହୁ ଧନଜୀବନ କ୍ଷତି ଘଟାଇଛି। ଅଗ୍ନି ନିର୍ବାପନ ପାଇଁ ପାଣିର ଅଭାବ ଅଗ୍ନିଶମ ବିଭାଗ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ପଟ୍ଟାମୁଣ୍ଡାଇର ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ଧୋୟାଞ୍ଚଳକୁ ବାଦ୍‌ ଦେଲେ ଭେଡା ଅଞ୍ଚଳର ୭୦ ଭାଗ ଲୋକ କେନାଲ ପାଣି ଉପରେ ନିର୍ଭର କରି ଚାଷଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟ ସମ୍ପାଦନ କରିଥାନ୍ତି। ଚଳିତବର୍ଷ ଅନ୍ୟବର୍ଷ ତୁଳନାରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇ ରେକର୍ଡ ଭାଙ୍ଗିଛି। ଏ ନେଇ ଜଳସମ୍ପଦ ବିଭାଗର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଓ ରାଜ୍ୟ ସରକାର ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri