ମରଣଯନ୍ତା ପାଲଟିଛି କେନାଲବନ୍ଧ ରାସ୍ତା

ନିଶ୍ଚିନ୍ତକୋଇଲି,୩।୧୦(ଅଶୋକ କୁମାର ମହାପାତ୍ର):କେନ୍ଦ୍ରାପଡ଼ା ଜିଲା ଛତା ଜଳସମ୍ପଦ ବିଭାଗ ଓ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ୯ ନମ୍ବର କେନାଲବନ୍ଧ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଥିବାରୁ କେନାଲବନ୍ଧ ଭୁଶୁଡିବା ନେଇ ଆଶଙ୍କା ପ୍ରକାଶ ପାଇଛି। କେନ୍ଦ୍ରାପଡା ଜିଲା ଛତା ଜଳସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ନିଶ୍ଚିନ୍ତକୋଇଲି ବ୍ଲକ ଦେଇ ପ୍ରବାହିତ ୯ ନମ୍ବର କେନାଲ ରହିଛି। ଏହି କେନାଲବନ୍ଧକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା। ନିକଟରେ କୋଟି କୋଟି ଟଙ୍କା ବ୍ୟୟରେ ଏହି କେନାଲବନ୍ଧର ବାଲିଆପଦାଠାରୁ ସୁକରପଡା ପର୍ଯ୍ୟନ୍ତ ଦକ୍ଷିଣ ପାର୍ଶ୍ୱକୁ ନିର୍ମାଣ କରାଯାଇଥିଲା। ମାତ୍ର ନିମ୍ନମାନର କାର୍ଯ୍ୟହେତୁ ନିର୍ମାଣର ମାତ୍ର ଅଳ୍ପଦିନ ପରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇଯାଇଛି। ସେହିପରି ଏହି କେନାଲବନ୍ଧରେ ସେତୁ ନିର୍ମାଣ ଓ ଗାର୍ଡୱାଲ ନିର୍ମାଣରେ ଜଳସମ୍ପଦ ବିଭାଗ ତରଫରୁ ଲକ୍ଷ ଲକ୍ଷ ଟଙ୍କା ବିନିଯୋଗ କରାଯାଇଥିଲା। ତେବେ ଗାର୍ଡୱାଲ ଓ ସେତୁ ନିର୍ମାଣ ଅଟକଳ ଅନୁଯାୟୀ କରାଯାଇ ନ ଥିବା ବେଳେ ନିର୍ମାଣ କାର୍ଯ୍ୟରେ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଏବେ କେନାଲବନ୍ଧର ବାଲିଆପଦା ପଞ୍ଚାୟତ ଅନ୍ତର୍ଗତ ଫତେପୁରଠାରେ ରାସ୍ତାରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ କେନାଲବନ୍ଧ ଭାଙ୍ଗି ଘାଇ ସୃଷ୍ଟିହେବା ନେଇ ଆଶଙ୍କା ରହିଛି। ଏପରି ହେଲେ ଶହ ଶହ ଏକର ଧାନବିଲ ନଷ୍ଟ ହୋଇଯିବ ବୋଲି କେତେଜଣ ଚାଷୀ କହିଛନ୍ତି। ଏହି ରାସ୍ତା ଉପରେ ଗମନାଗମନ ନିମନ୍ତେ ସ୍ଥାନୀୟ ବାଲିଆପଦା, କେଣ୍ଟାଳୋ, କଟରପଡା, ସୁକରପଡା, ସରପଡା ଆଦି ପଞ୍ଚାୟତର ଲୋକେ ନିର୍ଭରଶୀଳ। ଏହି ରାସ୍ତା ଦେଇ ସ୍କୁଲ ଓ କଲେଜ ଛାତ୍ରୀଛାତ୍ରଙ୍କ ସମେତ ଅଙ୍ଗନୱାଡି ଶିଶୁମାନେ ଯାତାୟାତ କରିଥାନ୍ତି। ମାତ୍ର ରାସ୍ତାରେ ଗର୍ତ୍ତ ହୋଇଥିବାରୁ ଦୁର୍ଘଟଣା ହେବାର ଆଶଙ୍କା ରହିଛି। ଅନେକ ସମୟରେ ଛୋଟବଡ଼ ଦୁର୍ଘଟଣା ଘଟିବାର ନଜୀର ରହିଛି। ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଥିବା କାରଣରୁ ଜରୁରୀ କାଳୀନ ପରିସ୍ଥିତିରେ ଏହି ରାସ୍ତାଦେଇ ଦମକଳ ଗାଡି କିମ୍ବା ଆମ୍ବୁଲାନ ଆସିପାରୁନାହିଁ। ଫଳରେ ବହୁ ସମୟରେ ଗର୍ଭବତ, ପ୍ରସୁତୀଙ୍କ ସମେତ ଶିଶୁମାନେ ଡାକ୍ତରଖାନାକୁ ଯାଇପାରୁ ନ ଥିବା ଅଭିଯୋଗ ହୋଇଛି। ଉଭୟ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏପରି ଅବସ୍ଥା ହୋଇଥିବା ଅଭିଯୋଗ ହୋଇଛି। ଏହାସତ୍ତ୍ୱେ ଜଳସମ୍ପଦ ବିଭାଗ କିମ୍ବା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ମରାମତି ପାଇଁ କୌଣସି ପଦକ୍ଷେପ ନିଆଯାଉନାହିଁ। ଦୁଇ ବିଭାଗ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ଦାୟିତ୍ୱ ନେବାକୁ କେହି ଆଗକୁ ଆସୁ ନ ଥିବା ଅଭିଯୋଗ ହୋଇଛି। ପ୍ରଶାସନ ତରଫରୁ ତୁରନ୍ତ ଏନେଇ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଏଠାରେ ଏକ ବଡ଼ଧରଣର ଅଘଟଣକୁ ଏଡାଇ ଦିଆଯାଇନପାରେ ବୋଲି ସାଧାରଣରେ ମତପ୍ରକାଶ ପାଇଛି। ଏ ସମ୍ପର୍କରେ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗ ଅଧିକାରୀଙ୍କ ସହ ଯୋଗାଯୋଗ ହୋଇପାରି ନ ଥିବା ବେଳେ ନିଶ୍ଚିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ସରୋଜ ଗାହାଣ କୁହନ୍ତି, ରାସ୍ତାର ଦୁରବସ୍ଥା ସମ୍ପର୍କରେ ମୋ ପାଖରେ କୌଣସି ସୂଚନା ନାହିଁ ଯଦି ସୂଚନା ମିଳେ ତେବେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri