ଯୋଡ଼ିଶଙ୍ଖ ଚିହ୍ନରେ ଭୋଟ୍‌ ଦେବାକୁ ଭୋଟରଙ୍କୁ ନିବେଦନ କଲେ ପ୍ରାର୍ଥୀ

ହାଟଡିହୀ,୨୨ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବୁଧବାର ୩୬ନଂ ଜୋନ୍‌ ଅଧୀନ ୯ଟି ପଞ୍ଚାୟତରେ ଜୋନ୍‌ସ୍ତରୀୟ ଶେଷ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକମାନେ ଭାତକରୁଆ ମହାଦେବ ମନ୍ଦିରଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ମହାଦେବଙ୍କୁ ପ୍ରଥମେ ପ୍ରଣାମ କରି ସମର୍ଥକଙ୍କ ସହ ସେଠାରୁ ପ୍ରଚାର ଆରମ୍ଭ କରିଥିଲେ। କାଠିଆସରା, ଅକରୁଆ, ଭାତକରୁଆ, ବଞ୍ଚୋ, ସୁଲଣ, ଜଳସରପୁର, ଆବୁଲପୁରା,ପଞ୍ଚୁଗୋଛିଆ, ଆମ୍ବୋ, ଶିବନାରାୟଣପୁର, କରଗୋଳା ରମ୍ପାସ,ବିରିଡି ଆଦି ଅଞ୍ଚଳରେ ଏକ ବିରାଟ ରାଲିରେ ପ୍ରଚାର କରିଥିଲେ। ଭୋଟରଙ୍କୁ ଯୋଡ଼ିଶଙ୍ଖ ଚିହ୍ନରେ ଭୋଟ୍‌ ଦେବାକୁ ଆଶୀର୍ବାଦ ଭିକ୍ଷା କରିଥିଲେ। ବିଭିନ୍ନ ପଞ୍ଚାୟତରେ ମହିଳାମାନେ ଅଭିମନ୍ୟୁଙ୍କୁ ବନ୍ଦାପନା କରି ପ୍ରଚାରକୁ ସ୍ବାଗତ କରିଥିଲେ। କର୍ମୀ ଏବଂ ସମର୍ଥକମାନେ ବିଜେଡି ସରକାରଙ୍କ ବିଭିନ୍ନ ବିକାଶ ଏବଂ ଜନକଲ୍ୟାଣ ଯୋଜନାର ସ୍ଲୋଗାନ ଦେଇଥିଲେ। ଦୁଇଥର ଶଙ୍ଖଚିହ୍ନରେ ଭୋଟ୍‌ ଦେଇ ବିଧାୟକ ଏବଂ ଲୋକ ସଭା ପ୍ରାର୍ଥୀଙ୍କୁ ବିଜୟୀ କରାଇବା ପାଇଁ ଅଭିମନ୍ୟୁ ଏବଂ ସମର୍ଥକମାନେ ପ୍ରଚାର ଜରିଆରେ ନିବେଦନ କରିଥିଲେ। ଜିଲା ପରିଷଦ ସଭ୍ୟ କୌଶଲ୍ୟା ସେଠୀ, ବିମ୍ବାଧର ବିଶ୍ୱାଳ, ଆନନ୍ଦ ନାୟକ, ବିଶ୍ୱନାଥ ଖଟୁଆ,ସୁବାସ ମହାପାତ୍ର, ଧବଳେଶ୍ୱର ପଟ୍ଟନାୟକ, ସୁଧା ଓଝା, ପ୍ରଶାନ୍ତ ରାଉତ, ରତିକାନ୍ତ ରାଉତ, ମାର୍କଣ୍ଡ ଓଝାଙ୍କ ସମେତ ବହୁ ସଂଖ୍ୟାରେ ଯୁବ ଗୋଷ୍ଠୀ ଏବଂ ବରିଷ୍ଠ କର୍ମୀ ପ୍ରଚାରରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri