ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ। ବିଜେଡି ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଏବଂ ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ବିଧାୟିକା ପ୍ରାର୍ଥୀ ଲଳିତା ନାଏକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ମଙ୍ଗଳବାର ବାଇକ୍‌ ରେଲିରେ ବାହାରି ନିର୍ବାଚନ ପ୍ରଚାର କରି ଭୋଟ ଭିକ୍ଷା କରିଛନ୍ତି।

ରେଲିରେ ପୂର୍ବତନ ସଦର ବିଧାୟକ ଦୁଷ୍ମନ୍ତ ନାଏକ, କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଜୋନ ନଂ-୨ ଜିଲା ପରିଷଦ ସଦସ୍ୟ ନରୋତ୍ତମ ଭାଟି, ବ୍ଲକ ସଭାପତି କୁମୁଦ ବଗର୍ତ୍ତୀ, ଟାଉନ ସଭାପତି ରମେଶ ପଟ୍ଟନାୟକ, ସରପଞ୍ଚ ଗୀତାଞ୍ଜଳି ଖର୍ସେଲ, ନାଏକ ସରପଞ୍ଚ, ସମିତି ସଭ୍ୟ ରୋମାଞ୍ଚଳ ରଣା, ପଞ୍ଚାୟତ ସଭାପତି, ୱାର୍ଡ ମେମ୍ବର ଏବଂ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ପ୍ରଚାରରେ ଯୋଗ ଦେଇଥିଲେ। ତାତିକୁ ଖାତିର ନ କରି ଉଭୟେ ପ୍ରାର୍ଥୀ ଘରକୁ ଘର ଯାଇ ଭୋଟ ଭିକ୍ଷା କରିଥିଲେ। ଏପରିକି ବିଭିନ୍ନ ଗ୍ରାମରେ ଉଭୟ ପ୍ରାର୍ଥୀଙ୍କୁ କଳସ ସ୍ଥାପନ କରି ପୁଷ୍ପମାଳା ଦେଇ ସ୍ବାଗତ କରାଯାଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri