ଗାଡ଼ିରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ ଗଞ୍ଜେଇ

ବରଗଡ଼ ଅଫିସ୍‌,୧୭।୭: ସୋନପୁରରୁ ଛତିଶଗଡ଼ ଚାଲାଣ ହେଉଥିବା ବେଳେ ୨ଟି ଗଞ୍ଜେଇ ବୋଝେଇ କାର୍‌କୁ ବରଗଡ଼ ଜିଲା ସୋହେଲା ପୋଲିସ ଜବତ କରିଛି। ଜବତ ଗଞ୍ଜେଇର ପରିମାଣ ୨୩୩ କି.ଗ୍ରା ହେବ। ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଛତିଶଗଡ଼ ରାଜ୍ୟ ଧନ୍ତରୀ ଜଲା କୁରୁଡ଼ ଥାନା ଡର୍ବା ଗ୍ରାମର ହେମରାଜ ନିଶାଦ(୨୩), କଙ୍କେର ଜିଲା ଚାର୍ମା ଗ୍ରାମର ସଞ୍ଜୟ ତ୍ରିପାଠୀ(୨୪), ଅଜୟ ତ୍ରିପାଠୀ(୩୦) ଏବଂ ଗୌରବ ଖପାର୍ଡ଼େ(୨୬)। ସେମାନଙ୍କ ପାଖରୁ ଗଞ୍ଜେଇ ବୋଝେଇ ୨ଟି କାର୍‌ (ନଂ.ସିଜି୦୪ଏନଏଚ/୯୯୯୮ ଏବଂ ନଂ.ସିଜି୦୪ଏଲଡି/୫୬୬୫) ସମେତ ୬ଟି ମୋବାଇଲ, ନଗଦ ୧୩ହଜାର ୧୨୦ଟଙ୍କା, ଆଧାର କାର୍ଡ଼ ଆଦି ଜବତ ହୋଇଛି। ଏ ନେଇ ସୋହେଲା ଥାନାରେ ଏକ ମାମଲା (ନଂ.୧୨୪/୨୧) ରୁଜୁ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଶନିବାର ସୋହେଲା କୋର୍ଟକୁ ଚାଲାଣ କରାଯାଇଛି। ଅଭିଯୁକ୍ତମାନେ କାର୍‌ ସମ୍ମୁଖ କାଚରେ ପ୍ରେସ୍‌ ଲେଖି ଗଞ୍ଜେଇ ଚାଲାଣ କରୁଥିଲେ ବୋଲି ଶନିବାର ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ରାହୁଲ ଜୈନ ସୂଚନା ଦେଇଛନ୍ତି ।

ଏସ୍‌ପି ଜୈନ କହିଥିଲେ, ଶୁକ୍ରବାର ସୋନପୁରରୁ ବରଗଡ଼ ଦେଇ ଛତିଶଗଡ଼ ଅଞ୍ଚଳକୁ ବିପୁଳ ପରିମାଣରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ସୋହେଲା ପୋଲିସକୁ ସୂଚନା ମିଳିଥିଲା। ଏହି ସୂଚନାକୁ ଆଧାର କରି ସୋହେଲା ଥାନା ଅଧିକାରୀ ଏଚ.ବି ଗଡ଼ତିଆଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ସୋହେଲା ବ୍ଲକ ଅଫିସ ଛକକୁ ନାକାବନ୍ଦୀ କରିଥିଲେ। ସେତେବେଳେ ଉକ୍ତ ଦୁଇଟି କାର୍‌ ଯୋଗେ ଅଭିଯୁକ୍ତମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଧରାପଡ଼ିଥିଲେ। ଖବରଦାତା ସମ୍ମିଳନୀରେ ପଦ୍ମପୁର ଏସ୍‌ଡ଼ିପିଓ ପ୍ରଦୀପ କୁମାର ସାହୁ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri