ବନାଗ୍ନି ରୋକିବାକୁ କ୍ଷେତ୍ର କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ହେବ

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ବନାଗ୍ନି ରୋକିବା ପାଇଁ ରାଜ୍ୟରେ ରହିଥିବା ବ୍ୟବସ୍ଥାର ସୁଦୃଢ଼ୀକରଣ କରାଯାଉଛି। ଏଥିନିମନ୍ତେ ପ୍ରଶାସନିକ ଓ ଗୋଷ୍ଠୀ ସହଯୋଗିତାକୁ ଆହୁରି ବ୍ୟାପକ କରାଯିବା ସହ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରୁ ଜଣାପଡିଛି ଯେ, ଗତ ଜାନୁୟାରୀରୁ ଏ ପର୍ଯ୍ୟନ୍ତ ବିଭିନ୍ନ ଜଙ୍ଗଲର ୧୪,୭୬୦ଟି ସ୍ଥାନରେ ନିଆଁ ଲାଗିଥିବାବେଳେ ସେଥିମଧ୍ୟରୁ ୧୪,୩୯୩ଟି ସ୍ଥାନରେ କ୍ଷେତ୍ରସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ତୁରନ୍ତ ନିୟନ୍ତ୍ରଣ କରିବାରେ ସମର୍ଥ ହୋଇଛନ୍ତି। ଓଡ଼ିଶା ଫରେଷ୍ଟ ମନିଟରିଂ ସିଷ୍ଟମ ସହ ପ୍ରାୟ ୮ହଜାର ମୋବାଇଲ ଫୋନ୍‌ ପଞ୍ଜୀକରଣ କରାଯାଇଛି ଓ ସେଗୁଡ଼ିକ କ୍ଷେତ୍ରସ୍ତରରେ କାର୍ଯ୍ୟକ୍ଷମ କରାଯାଉଛି। ଫଳରେ ବନାଗ୍ନି ସମ୍ପର୍କରେ ତୁରନ୍ତ ଖବର ମିଳିବା ସହିତ ନିୟନ୍ତ୍ରଣରେ ସହାୟକ ହୋଇପାରୁଛି। ଏପରିକି ୪୯ଟି ଜଙ୍ଗଲ ଉପଖଣ୍ଡରେ ୩୯୯ଟି ଅଗ୍ନି ପ୍ରତିରୋଧ ସ୍କ୍ବାଡ୍‌ ଗଠନ କରାଯାଇଛି। କ୍ଷେତ୍ରସ୍ତରରେ କାର୍ଯ୍ୟରତ କର୍ମଚାରୀ ଓ ଏହି ଅଭିଯାନରେ ସାମିଲ ଥିବା ବ୍ୟକ୍ତିଙ୍କୁ ଆବଶ୍ୟକ ଉପକରଣ ଯୋଗାଇବା ସହ ଅଧିକ ସଂଖ୍ୟକ ନିଆଁ ଲିଭା ଯନ୍ତ୍ର ପ୍ରଦାନ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସଚେତନତା ସୃଷ୍ଟି କରାଯିବ। ଏହି ଅଭିଯାନରେ ବିଭିନ୍ନ ସାମାଜିକ ଅନୁଷ୍ଠାନ, ଜନ ପ୍ରତିନିଧି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ସାମାଜିକ କର୍ମୀଙ୍କୁ ସାମିଲ କରାଯିବ। କ୍ଷେତ୍ରରେ ବିଭିନ୍ନ ଖଳ ପ୍ରକୃତିର ବ୍ୟକ୍ତି ସାମିଲ ରହୁଥିବା ନଜର ଆସିଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ଜାନୁୟାରୀରରୁ ଜୁନ୍‌ ମଧ୍ୟରେ ବନାଗ୍ନି ବ୍ୟାପକତା ଅଧିକ ଆଶଙ୍କା ଥିବାରୁ ଅନୁଧ୍ୟାନ ପ୍ରକ୍ରିୟାକୁ ତୃଣମୂଳ ସ୍ତରରୁ ଦୃଢ଼ କରିବାକୁ ଜିଲାସ୍ତରୀୟ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ଏପରିକି ବିଭିନ୍ନ ବନଖଣ୍ଡ ଓ ରାଜ୍ୟସ୍ତରରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଥିବା ବୈଠକରୁ ଜଣାପଡ଼ିଛି। ଏହି ବୈଠକରେ ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ପିସିସିଏଫ୍‌ ଦେବୀଦତ୍ତ ବିଶ୍ୱାଳ, ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri