ବନାଗ୍ନି ରୋକିବାକୁ କ୍ଷେତ୍ର କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ହେବ

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ବନାଗ୍ନି ରୋକିବା ପାଇଁ ରାଜ୍ୟରେ ରହିଥିବା ବ୍ୟବସ୍ଥାର ସୁଦୃଢ଼ୀକରଣ କରାଯାଉଛି। ଏଥିନିମନ୍ତେ ପ୍ରଶାସନିକ ଓ ଗୋଷ୍ଠୀ ସହଯୋଗିତାକୁ ଆହୁରି ବ୍ୟାପକ କରାଯିବା ସହ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ହେବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରୁ ଜଣାପଡିଛି ଯେ, ଗତ ଜାନୁୟାରୀରୁ ଏ ପର୍ଯ୍ୟନ୍ତ ବିଭିନ୍ନ ଜଙ୍ଗଲର ୧୪,୭୬୦ଟି ସ୍ଥାନରେ ନିଆଁ ଲାଗିଥିବାବେଳେ ସେଥିମଧ୍ୟରୁ ୧୪,୩୯୩ଟି ସ୍ଥାନରେ କ୍ଷେତ୍ରସ୍ତରୀୟ ଅଧିକାରୀ ଓ କର୍ମଚାରୀମାନେ ତୁରନ୍ତ ନିୟନ୍ତ୍ରଣ କରିବାରେ ସମର୍ଥ ହୋଇଛନ୍ତି। ଓଡ଼ିଶା ଫରେଷ୍ଟ ମନିଟରିଂ ସିଷ୍ଟମ ସହ ପ୍ରାୟ ୮ହଜାର ମୋବାଇଲ ଫୋନ୍‌ ପଞ୍ଜୀକରଣ କରାଯାଇଛି ଓ ସେଗୁଡ଼ିକ କ୍ଷେତ୍ରସ୍ତରରେ କାର୍ଯ୍ୟକ୍ଷମ କରାଯାଉଛି। ଫଳରେ ବନାଗ୍ନି ସମ୍ପର୍କରେ ତୁରନ୍ତ ଖବର ମିଳିବା ସହିତ ନିୟନ୍ତ୍ରଣରେ ସହାୟକ ହୋଇପାରୁଛି। ଏପରିକି ୪୯ଟି ଜଙ୍ଗଲ ଉପଖଣ୍ଡରେ ୩୯୯ଟି ଅଗ୍ନି ପ୍ରତିରୋଧ ସ୍କ୍ବାଡ୍‌ ଗଠନ କରାଯାଇଛି। କ୍ଷେତ୍ରସ୍ତରରେ କାର୍ଯ୍ୟରତ କର୍ମଚାରୀ ଓ ଏହି ଅଭିଯାନରେ ସାମିଲ ଥିବା ବ୍ୟକ୍ତିଙ୍କୁ ଆବଶ୍ୟକ ଉପକରଣ ଯୋଗାଇବା ସହ ଅଧିକ ସଂଖ୍ୟକ ନିଆଁ ଲିଭା ଯନ୍ତ୍ର ପ୍ରଦାନ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସଚେତନତା ସୃଷ୍ଟି କରାଯିବ। ଏହି ଅଭିଯାନରେ ବିଭିନ୍ନ ସାମାଜିକ ଅନୁଷ୍ଠାନ, ଜନ ପ୍ରତିନିଧି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ସାମାଜିକ କର୍ମୀଙ୍କୁ ସାମିଲ କରାଯିବ। କ୍ଷେତ୍ରରେ ବିଭିନ୍ନ ଖଳ ପ୍ରକୃତିର ବ୍ୟକ୍ତି ସାମିଲ ରହୁଥିବା ନଜର ଆସିଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷକରି ଜାନୁୟାରୀରରୁ ଜୁନ୍‌ ମଧ୍ୟରେ ବନାଗ୍ନି ବ୍ୟାପକତା ଅଧିକ ଆଶଙ୍କା ଥିବାରୁ ଅନୁଧ୍ୟାନ ପ୍ରକ୍ରିୟାକୁ ତୃଣମୂଳ ସ୍ତରରୁ ଦୃଢ଼ କରିବାକୁ ଜିଲାସ୍ତରୀୟ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦିଆଯାଇଛି। ଏପରିକି ବିଭିନ୍ନ ବନଖଣ୍ଡ ଓ ରାଜ୍ୟସ୍ତରରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯାଇଥିବା ବୈଠକରୁ ଜଣାପଡ଼ିଛି। ଏହି ବୈଠକରେ ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ପିସିସିଏଫ୍‌ ଦେବୀଦତ୍ତ ବିଶ୍ୱାଳ, ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri