ପୁଞ୍ଜିବଜାର ଲଗାତର ୬ ଦିନ ଧରି ଊର୍ଦ୍ଧ୍ୱଗାମୀ

ନୂଆଦିଲ୍ଲୀ: ଲଗାତର ୬ ଦିନ ହେବ ଦେଶର ପୁଞ୍ଜି ବଜାରରେ ଊର୍ଦ୍ଧ୍ୱଗାମୀ ଧାରା ଲାଗି ରହିଛି। ଶୁକ୍ରବାର ସେନ୍‌ସେକ୍ସ ୭୦ ପଏଣ୍ଟ ବଢିବା ଯୋଗୁ ନୂଆ ଉଚ୍ଚତମ ସ୍ତରରେ ପହଞ୍ଚିଯାଇଛି। ଇନ୍‌ଫୋସିସ୍‌, ଆଇସିଆଇସିଆଇ ବ୍ୟାଙ୍କ, ଟିସିଏସ୍‌ ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଶେୟାର କାରବାର ବେଶ୍‌ ଉନ୍ନତ ସ୍ଥିତିରେ ରହିଛି। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ କାରବାର ଦିନ ମଧ୍ୟରେ ୪୭,୦୨୬ ଅଙ୍କ ଛୁଇଁବାକୁ ସକ୍ଷମ ହୋଇଥିଲା। କାରବାର ଶେଷ ହେବା ବେଳକୁ ସେନ୍‌ସେକ୍ସ ୭୦.୩୫ ପଏଣ୍ଟ ବା ୦.୧୫% ଊର୍ଦ୍ଧ୍ୱରେ ରହି ୪୬,୯୬୦ ପଏଣ୍ଟ ସ୍ତରରେ ବନ୍ଦ ରହିଛି। ଏହା ସେନ୍‌ସେକ୍ସର ନୂଆ ରେକର୍ଡ ବୋଲି ଜଣାପଡିଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ନିଫ୍ଟି ୧୯.୮୫ ପଏଣ୍ଟ ବା ୦.୧୪% ଊର୍ଦ୍ଧ୍ୱରେ ରହି ୧୩,୭୬୦ ପଏଣ୍ଟ ସହ ନୂଆ ରେକର୍ଡ ସ୍ତର ହାସଲ କରିଛି।
ସେନ୍‌ସେକ୍ସରେ ଇନ୍‌ଫୋସିସ ଶେୟାର ପ୍ରାୟ ୩% ବୃଦ୍ଧି ହୋଇଛି। ବଜାଜ ଅଟୋ, ଏସ୍‌ବିଆଇ, ଆଇସିଆଇସିଆଇ ବ୍ୟାଙ୍କ, ଏଚ୍‌ସିଏଲ୍‌ ଟେକ୍‌, ଟାଇଟାନ, ଏସିଆନ ପେଣ୍ଟସର ଶେୟାର ମଧ୍ୟ ଉନ୍ନତ ସ୍ତରରେ ରହିଛି। ଅପରପକ୍ଷରେ ଇଣ୍ଡସଇଣ୍ଡ ବ୍ୟାଙ୍କ, ଓଏନ୍‌ଜିସି, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ମାରୁତି ଏବଂ ବଜାଜ ଫିନିସର୍ଭର ଶେୟାର ହ୍ରାସ ହୋଇଥିବା ଦେଖାଯାଇଛି। ବିଦେଶୀ ପୁଞ୍ଜି ପ୍ରବାହ ଯୋଗୁ ଘରୋଇ ବଜାରକୁ ଏହାକୁ ଲାଭ ମିଳିଛି। ଶୁକ୍ରବାର ବିଦେଶୀ ନିବେଶକମାନେ ଭାରତୀୟ ଶେୟାର ବଜାରରେ ୨୩୫୫ କୋଟି ଟଙ୍କା ନିବେଶ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri