ରେକର୍ଡ ସ୍ତର ଛୁଇଁଲା ପୁଞ୍ଜିବଜାର

ନୂଆଦିଲ୍ଲୀ: ଦେଶର ପୁଞ୍ଜିବଜାର କାରବାର ସୋମବାର ରେକର୍ଡ ସ୍ତରରେ ରହିଛି। ଉଭୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ଉଚ୍ଚ ରେକର୍ଡ ସ୍ତରରେ ବନ୍ଦ ହୋଇଛି। ଘରୋଇ ପୁଞ୍ଜିବଜାରକୁ ବିଦେଶୀ ପୁଞ୍ଜି ପ୍ରବାହ ଉନ୍ନତ ହେବାରୁ ଷ୍ଟକ୍‌ ବଜାରରେ ଏହାର ଉତ୍ସାହ ପରିଲକ୍ଷିତ ହୋଇଛି। ଦିନ ମଧ୍ୟରେ ସେନ୍‌ସେକ୍ସ ୪୫,୪୫୯ ପଏଣ୍ଟ ସ୍ତର ଛୁଇଁଥିଲା। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ୩୪୭ ପଏଣ୍ଟ ବା ୦.୭୭% ଊର୍ଦ୍ଧ୍ୱରେ ରହି ୪୫,୨୨୭ ପଏଣ୍ଟରେ ବନ୍ଦ ହୋଇଛି। ସେହିଭଳି ନିଫ୍ଟି ୯୭ ପଏଣ୍ଟ ବା ୦.୭୩% ଉଚ୍ଚରେ ରହିବା ଯୋଗୁ ୧୩,୩୫୫ ସ୍ତରରେ ବନ୍ଦ ହୋଇଛି। ସେନ୍‌ସେକ୍ସରେ ଭଲ କାରବାର କରିଥିବା କମ୍ପାନୀ ମଧ୍ୟରେ ଓଏନ୍‌ଜିସି, ଭାରତୀ ଏୟାରଟେଲ, ହିନ୍ଦୁସ୍ଥାନ ୟୁନିଲିଭର, ଆଇଟିସି, ଏଚ୍‌ଡିଏଫସି ଏବଂ ଏସ୍‌ବିଆଇ ରହିଛି। ଏମାନଙ୍କ ଶେୟାର କାରବାର ପ୍ରାୟ ୩.୨୮% ବଢିଛି। ଅପରପକ୍ଷରେ କୋଟାକ ବ୍ୟାଙ୍କ, ନେସ୍‌ଲେ ଇଣ୍ଡିଆ, ବଜାଜ ଫାଇନାନ୍ସ, ମାରୁତି ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଶେୟାର କାରବାର ୧.୩୯% ଖସିଛି।
ଏନ୍‌ଏସ୍‌ଇ ପ୍ଲାଟ୍‌ଫର୍ମରେ ପିଏସ୍‌ୟୁ ବ୍ୟାଙ୍କ, ଫାର୍ମା, ମିଡିଆ ଏବଂ ଏଫ୍‌ଏମ୍‌ସିଜି ଶେୟାର ୨.୭୯% ବଢିଛି। ବଜାରର ଅଭିବୃଦ୍ଧି ପ୍ରତ୍ୟାବର୍ତ୍ତନ କରୁଥିବା ବେଳେ ଏହା ନିବେଶକଙ୍କ ମନରେ ନୂଆ ଆଶା ସଞ୍ଚାର କରିଛି। ସେହିଭଳି ଅଭିବୃଦ୍ଧିକୁ ଫେରାଇ ଆଣିବା ଲାଗି ରିଜର୍ଭ ବ୍ୟାଙ୍କର ପଦକ୍ଷେପ ଉପରେ ନିବେଶ ବେଶ ଆଶାବାଦୀ ରହିଛନ୍ତି। ବଜାରରେ ନକାରାତ୍ମକ ପ୍ରଭାବ କମ୍‌ ରହିବା ଯୋଗୁ ନିବେଶକମାନେ ନିବେଶ ନେଇ ବେଶ୍‌ ଆଗଭର ହେଉଛନ୍ତି। ବିଦେଶୀ ନିବେଶକମାନେ ବଜାରରେ ନେଟ୍‌ ନିବେଶରେ ଉନ୍ନତ ସ୍ଥାନରେ ରହିଛନ୍ତି। ଏମାନେ ଶୁକ୍ରବାର ୨,୯୬୯ କୋଟି ଟଙ୍କା ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri