‘ଜୟ ଶ୍ରୀରାମ’ ନାରାରେ କମ୍ପିଲା ରାଜଧାନୀ: ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା

ଭୁବନେଶ୍ୱର,୬।୪(ସୌମ୍ୟରଞ୍ଜନ ରାଉତ): ବିଶ୍ୱ ହିନ୍ଦୁ ପରିଷଦର ଯୁବ ସଙ୍ଗଠନ ବଜରଙ୍ଗ ଦଳ ପକ୍ଷରୁ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ମୋହତ୍ସବ ଶୋଭାଯାତ୍ରା ମହାଆଡ଼ମ୍ବରରେ ପାଳନ ହୋଇଯାଇଛି। ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଅଗଣିତ ହିନ୍ଦୁଙ୍କର ଆରାଧ୍ୟ ଦେବତା ତେଣୁ ପୁର-ପଲ୍ଲୀଠାରୁ ଆରମ୍ଭ କରି ଭୁବନେଶ୍ୱର ଏବଂ ଦିଲୀ ପର୍ଯନ୍ତ ବଜରଙ୍ଗ ଦଳ ଏହି ଦିନକୁ ଅତ୍ୟନ୍ତ ଉତ୍ସାହର ସହ ପାଳନ କରିଥାଏ।

ସେହିଭଳି ରବିବାର ପ୍ରାୟ ଦଶ ହଜାରରୁ ଉର୍ଦ୍ଧ କର୍ମକର୍ତ୍ତା ହାତରେ ଗେରୁଆ ପତାକା ଧରି ହନୁମାନ ବେଶରେ ଜୟ ଶ୍ରୀରାମ ଧ୍ୱନି ସହ ସ୍ଥାନୀୟ ୟୁନିଟ୍‌-୩ ରାମ ମନ୍ଦିର ଠାରୁ ରାଜମହଲ ଛକ ପର୍ଯ୍ୟନ୍ତ ବିରାଟ ଶୋଭାଯାତ୍ରା ଦେଖାଇଥିଲେ।

ଏହି ଶୋଭାଯାତ୍ରାଟି ବିଶ୍ବହିନ୍ଦୁ ପରିଷଦର ମାର୍ଗ ଦର୍ଶନରେ ଏବଂ ବଜରଙ୍ଗ ଦଳର ପ୍ରାନ୍ତ ସଂଯୋଜକ ପ୍ରଭାତ ଭୂଷଣ ତ୍ରିପାଠୀଙ୍କ ନେତୃତ୍ୱରେ ହୋଇଥିବା ବେଳେ ବିଶ୍ୱହିନ୍ଦୁ ପରିଷଦର ଜିଲା ସଭାପତି ପ୍ରଦୀପ ମହାନ୍ତି, ଉପ-ସଭାପତି ଶିବାଶିଷ ମହାପାତ୍ର, ଜିଲ୍ଲା ସମ୍ପାଦକ ଶୁଭ୍ରାଂଶୁ ଶତପଥି, ସହ-ସମ୍ପାଦକ ଶୁଭେନ୍ଦୁ ରାଉତ, ବଜରଙ୍ଗ ଦଳ ଜିଲ୍ଲା ସଂଯୋଜକ ପ୍ରତ୍ୟୁଷ ରାଉତରାୟ, ସହ-ସଂଯୋଜକ ଅଭିମନ୍ୟୁ ପାଇକରାୟ ପ୍ରମୁଖ ଉପସ୍ଥିତ ଥିଲେ।

ଶ୍ରୀରାମ ନବମୀ ଅବସରରେ ରାଜଧାନୀ ୟୁନିଟ୍‌-୩ ରାମ ମନ୍ଦିରରେରାମନବମୀ ପାଇଁ ମୁଖ୍ୟ ଆକର୍ଷଣ ସାଜିଥିଲା। ଭୋର ସମୟରୁ ରାତି ପହଡ଼ ପଡ଼ିବା ପର୍ଯନ୍ତ ହଜାର ହଜାର ଶ୍ରଦ୍ଧାଳଙ୍କ ସମାଗମ ହୋଇଥିଲା। ଶାନ୍ତିଶୃଙ୍ଖଳା ସହ ପ୍ରଭୁ ଶ୍ରୀରାମ, ମା ସୀତା ଓ ଲକ୍ଷ୍ମଣଙ୍କ ଭକ୍ତମାନେ ଦିବ୍ୟ ଦର୍ଶନ କରିଥିଲେ। ଅସହ୍ୟ ତାତିର କ୍ଷନ୍ତ୍ରଣାକୁ ସହ୍ୟ କରି ମଧ୍ୟ ଶ୍ରଦ୍ଧାଳୁମାନେ ବହୁ ସମୟ ଲାଇନ୍‌ ଲଗାଇ ଦର୍ଶନ କରିଥିଲେ। ଏଥିସହ ମନ୍ଦିରରେ ରାମଚରିତ ମାନସ ପାଠ କରାଯିବା ସହ ଭଜନ, ଜଣାଣ, ରାମନାମ ଜପ ସହ ମନ୍ଦିର ପରିସରରେ ଆଧ୍ୟାତ୍ମିକ ବାତାବରଣ

ସୃଷ୍ଟି ହୋଇଥିଲା। ସେହିପରି ୟୁନିଟି-୩ ରାମ ମନ୍ଦିର ସହ ଅନ୍ୟ ସ୍ଥାନରେ ଥିବା ମନ୍ଦିରଗୁଡ଼ିକରେ ଆକର୍ଷଣୀୟ ସାଜସଜ୍ଜା ସହ ରାସ୍ତାରେ ଦୁଇପଟରେ ଗେଗୁଆ ପତାକାର ସଜ୍ଜିକରଣ ଏକ ଶୁସୋଭିତ ଆକର୍ଷଣ ସୃଷ୍ଟି କରୁଥିଲା। ଏଥିସହ ମନ୍ଦିର ଚାରିପଟେ ବିଭିନ୍ନ ଅନୁଷ୍ଠାନ ମାନଙ୍କର ପ୍ରସାଦ ସେବନ ଓ ପଣା ବଣ୍ଟନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?